ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ଏଥିରେ ସୋସାଇଟି ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଆବଶ୍ୟକ ମରାମତି ଅଭାବରୁ ଓଭରବ୍ରିଜ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ତୁରନ୍ତ ମରାମତି କରାଯିବାକୁ ସମ୍ପାଦକ ମନୋଜ ନାୟକ ଦାବି କରିଥିଲେ। ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜିବ କୁମାର ମହାନ୍ତି ପହଞ୍ଚି ଧାରଣାକାରୀଙ୍କ ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ଓଭରବ୍ରିଜ୍‌ର ମରାମତି ପାଇଁ ଦିଲ୍ଲୀସ୍ଥିତ ହାର୍‌କୁଲେସ୍‌ ଷ୍ଟ୍ରକ୍ଚରାଲ୍‌ ସିଷ୍ଟମ୍‌ ପ୍ରା.ଲି.ର ଅଟକଳକୁ ଗ୍ରହଣ କରି ବିଭାଗୀୟ ମୁଖ୍ୟଯନ୍ତ୍ରୀ ଗତ ୩୧ତାରିଖରେ ଏ ବାବଦରେ ୪କୋଟି ୯୩ଲକ୍ଷ ୨୫ହଜାର ୭ଶହ ୪୨ଟଙ୍କା ମଞ୍ଜୁର କରିଛନ୍ତି। ଏ ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯାଇଛି। ପୋଲର ମରାମତି କାର୍ଯ୍ୟାରମ୍ଭ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବାକୁ ଜିଲାପାଳଙ୍କୁ ମଧ୍ୟ ଅନୁରୋଧ କରାଯାଇଛି ବୋଲି ଯନ୍ତ୍ରୀ ମହାନ୍ତି ସୂଚନା ଦେଇଥିଲେ। ଆଲୋଚନାକୁ ଭିତ୍ତି କରି ସିଭିଲ୍‌ ସୋସାଇଟି ତରଫରୁ ଚାଲିଥିବା ଗଣଧାରଣାକୁ ଅପରାହ୍ନରେ ପ୍ରତ୍ୟାହାର କରାଯାଇଥିଲା।
ପ୍ରତିଶ୍ରୁତି ଅନୁଯାୟୀ କାର୍ଯ୍ୟାରମ୍ଭ ନ ହେଲେ ସିଭିଲ୍‌ ସୋସାଇଟି ତରଫରୁ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ସୋସାଇଟି ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଗଣଧାରଣାରେ ବରିଷ୍ଠ ନାଗରିକ ମଞ୍ଚର ଜିଲା ସମ୍ପାଦକ ଲକ୍ଷ୍ମୀଧର ବେହେରାଙ୍କ ସମେତ ବିଭିନ୍ନ ସାମାଜିକ ଓ ଗଣସଙ୍ଗଠନ ତରଫରୁ ଚିତ୍ତରଞ୍ଜନ ସାହୁ, ଧୀରେନ୍ଦ୍ର ନାରାୟଣ ଦାସ, ଗୌରାଙ୍ଗ ପାଣିଗ୍ରାହୀ, ବସନ୍ତ ସ, ଶଶାଙ୍କ ଶେଖର ଦତ୍ତ, କବି ଶ୍ରୀଦେବ, ସାହିରୁଲ୍‌ ହକ୍‌, ନିରଞ୍ଜନ ପରିଡ଼ା, ନିରଞ୍ଜନ କୁମାର ଦାସ, ସୁଦର୍ଶନ ଦାସ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri