Posted inଖେଳ

ଓମାନଠାରୁ ହାରି ଭାରତ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରୁ ବାଦ୍‌

ମସ୍କାଟ,୨୦।୧୧(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ଭାରତ ବାଦ୍‌ ପଡିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୧-୦ରେ ଓମାନଠାରୁ ପରାସ୍ତ ହେବା ପରେ ଏହା ସ୍ପଷ୍ଟ ହୋଇଛି। ସ୍ଥାନୀୟ ସୁଲତାନ କାବୁସ୍‌ ସ୍ପୋଟର୍‌ସ କମ୍ପ୍ଲେକ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ମୋହସିନ ଅଲ ଘସାନୀ ୩୩ତମ ମିନିଟ୍‌ରେ ଘରୋଇ ଦଳ ତରଫରୁ ୩୩ତମ ମିନିଟ୍‌ରେ ଏକମାତ୍ର ଗୋଲ ସ୍କୋର କରିଥିଲେ। ଏହା ପୂର୍ବରୁ ଗୁଆହାଟୀରେ ଅନୁଷ୍ଠିତ ଫାର୍ଷ୍ଟ ଲେଗ୍‌ରେ ଓମାନ ୨-୧ ଗୋଲରେ ଭାରତକୁ ହରାଇଥିଲା। ଭାରତ ଏପର୍ଯ୍ୟନ୍ତ ୫ଟି ମ୍ୟାଚ୍‌ ଖେଳି ୩ ପଏଣ୍ଟ ପାଇବା ସହ ଗ୍ରୁପ୍‌ ଇ’ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। କାତାର ୫ଟି ମ୍ୟାଚ୍‌ ଖେଳି ୧୩ ପଏଣ୍ଟ ପାଇବା ସହ ତାଲିକାର ଶୀର୍ଷରେ ରହିଛି। ତେବେ ୧୨ ପଏଣ୍ଟ ପାଇ ଓମାନ ଦ୍ୱିତୀୟ ସ୍ଥାନରେ ରହିଛି। ଓମାନଠାରୁ ୯ ପଏଣ୍ଟ କମ୍‌ ପାଇ ଭାରତ ତୃତୀୟ ରାଉଣ୍ଡରୁ ବାଦ୍‌ ପଡିଛି। ଦ୍ୱିତୀୟ ରାଉଣ୍ଡ କ୍ୱାଲିଫାୟରରେ ଭାରତ ଆଉ ୩ଟି ମ୍ୟାଚ୍‌ ଖେଳିବ। ଯଦି ସବୁ ମ୍ୟାଚ୍‌ରେ ବିଜୟୀ ହୁଏ ତେବେ ଭାରତ ୯ ପଏଣ୍ଟ ପାଇବ। ଏପରିକି ରନର୍ସ- ଅପ୍‌ ଦଳ ମଧ୍ୟ ଯୋଗ୍ୟତା ପର୍ଯ୍ୟାୟର ତୃତୀୟ ରାଉଣ୍ଡରେ ପ୍ରବେଶ କରିବ ବୋଲି କିଛି ଗ୍ୟାରେଣ୍ଟି ନାହିଁ। ଏପରି ସ୍ଥଳେ ଭାରତ ବାଦ୍‌ ପଡିବା ନିଶ୍ଚିତ ହୋଇଛି କହିଲେ ଭୁଲ୍‌ ହେବ ନାହିଁ। ତେବେ ଭାରfତ ୨୦୨୩ ଏସିଆନ କପ୍‌ କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିବା ଲକ୍ଷ୍ୟରେ ରହିଛି। ଆସନ୍ତାବର୍ଷ ଭାରତ ବାକି ୩ଟି ମ୍ୟାଚ୍‌ ଖେଳିବ। ମାର୍ଚ୍ଚ ୨୬ ତାରିଖରେ ଘରୋଇ ପରିବେଶରେ କାତାର ବିପକ୍ଷରେ, ଜୁନ ୪ ତାରିଖରେ ବାଂଲାଦେଶ, ଜୁନ୍‌ ୯ ତାରିଖରେ ଘରୋଇ ପରିବେଶ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଭାରତ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?