Posted inଖେଳ

ଓମାନ ଓପନ୍‌ ଟିଟି: ଚନ୍ଦ୍ରା ଚାମ୍ପିୟନ

ମସ୍କଟ, ୧୫ା୩ (ପି.ଟି.)-ଭାରତର ଉଦୀୟମାନ ଟେବୁଲ ଟେନିସ (ଟିଟି) ଖେଳାଳି ଜିତ୍‌ ଚନ୍ଦ୍ରା ୨୧ବର୍ଷରୁ କମ୍‌ ଓମାନ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଭାରତୀୟ ଟିଟି ଖେଳାଳି ମାନବ ଠକ୍କରଙ୍କୁ ୧୧-୬, ୧୧-୭, ୧୩-୧୧ ସିଧାସଳଖ ସେଟ୍‌ରେ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ଏହି ଅଲ୍‌ ଇଣ୍ଡିଆ ଫାଇନାଲ ମାତ୍ର ୨୪ ମିନିଟ୍‌ରେ ଶେଷ ହୋଇଯାଇଥିଲା। ୨୧ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲକୁ ୪ ଜଣ ଭାରତୀୟ ଉନ୍ନୀତ ହୋଇଥିଲେ। ଚନ୍ଦ୍ରା ଓ ଠକ୍କରଙ୍କ ବ୍ୟତୀତ ଅନ୍ୟ ଦୁଇ ଜଣ ହେଲେ ମାନୁଷ ଶାହା ସୁରଭାଜୁଲା ସ୍ନେହିତ୍‌। ପୂର୍ବରୁ ଅନୁଷ୍ଠିତ ସିନିୟର ପୁରୁଷ ସିଙ୍ଗଲ୍ସ ପ୍ରି-କ୍ୱାର୍ଟରରେ ଭାରତର ଅଚନ୍ତା ଶରଥ କମଲ ବେଲାରୁଷର ଆଲେକ୍‌ସାଣ୍ଡର ଖାନିନ୍‌ଙ୍କୁ ହରାଇ ଦେଇଥିଲେ। ଭାରତର ଅନ୍ୟ ଜଣେ ଖେଳାଳି ହରମିତ୍‌ ଦେଶାଇ ମଧ୍ୟ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସେ ଇଜିପ୍ଟର ଓମାର ଆସାରଙ୍କ ବିପକ୍ଷରେ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ୩ ଭାରତୀୟ ଯୋଡି ଡବଲ୍ସ ସେମିଫାଇନନାଲକୁ ଉନ୍ନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri