Posted inଖେଳ

ଓମାନ ଓପନ୍‌ ଟିଟି: ଚନ୍ଦ୍ରା ଚାମ୍ପିୟନ

ମସ୍କଟ, ୧୫ା୩ (ପି.ଟି.)-ଭାରତର ଉଦୀୟମାନ ଟେବୁଲ ଟେନିସ (ଟିଟି) ଖେଳାଳି ଜିତ୍‌ ଚନ୍ଦ୍ରା ୨୧ବର୍ଷରୁ କମ୍‌ ଓମାନ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଭାରତୀୟ ଟିଟି ଖେଳାଳି ମାନବ ଠକ୍କରଙ୍କୁ ୧୧-୬, ୧୧-୭, ୧୩-୧୧ ସିଧାସଳଖ ସେଟ୍‌ରେ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ଏହି ଅଲ୍‌ ଇଣ୍ଡିଆ ଫାଇନାଲ ମାତ୍ର ୨୪ ମିନିଟ୍‌ରେ ଶେଷ ହୋଇଯାଇଥିଲା। ୨୧ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲକୁ ୪ ଜଣ ଭାରତୀୟ ଉନ୍ନୀତ ହୋଇଥିଲେ। ଚନ୍ଦ୍ରା ଓ ଠକ୍କରଙ୍କ ବ୍ୟତୀତ ଅନ୍ୟ ଦୁଇ ଜଣ ହେଲେ ମାନୁଷ ଶାହା ସୁରଭାଜୁଲା ସ୍ନେହିତ୍‌। ପୂର୍ବରୁ ଅନୁଷ୍ଠିତ ସିନିୟର ପୁରୁଷ ସିଙ୍ଗଲ୍ସ ପ୍ରି-କ୍ୱାର୍ଟରରେ ଭାରତର ଅଚନ୍ତା ଶରଥ କମଲ ବେଲାରୁଷର ଆଲେକ୍‌ସାଣ୍ଡର ଖାନିନ୍‌ଙ୍କୁ ହରାଇ ଦେଇଥିଲେ। ଭାରତର ଅନ୍ୟ ଜଣେ ଖେଳାଳି ହରମିତ୍‌ ଦେଶାଇ ମଧ୍ୟ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସେ ଇଜିପ୍ଟର ଓମାର ଆସାରଙ୍କ ବିପକ୍ଷରେ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ୩ ଭାରତୀୟ ଯୋଡି ଡବଲ୍ସ ସେମିଫାଇନନାଲକୁ ଉନ୍ନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri