ଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତର

ଯୋଡ଼ା,୧୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ଡିବି ସିଂ ଛକ ନିକଟସ୍ଥ ରାସ୍ତାରେ ଏକ ୧୨ ଚକିଆ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଚକାତଳେ ଚାପି ହୋଇ ହେଲପରଙ୍କ ଜୀବନ ଯାଇଥିବା ବେଳେ ଡ୍ରାଇଭର ଗୁରୁତର ହୋଇଥିବା ଜଣାପଡ଼ିଛି।
ଗୁରୁବାର ଅପରାହ୍ନରେ ଏକ ୧୨ ଚକିଆ ଟ୍ରକ ରଣାଶାଳ ଘାଟି ଆଡୁ ଯୋଡ଼ା ଅଭିମୁଖେ ଆସୁଥିବା ବେଳେ ପ୍ରାୟ ୧୦ ଫୁଟ୍‌ ତଳକୁ ଖସି ପଡ଼ିଥିଲା। ଫଳରେ ହେଲପର ବିକୁ ନାଏକ(୧୮) ଟ୍ରକ ତଳେ ଚାପି ହୋଇଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଡ୍ରାଇଭର ଧରଣୀଧର ନାଏକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ଯୋଡ଼ା ଥାନା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ପୋଲିସ ଏହାର ତଦନ୍ତ ଜାରି ରଖିଛି। ମୃତ ହେଲପର ଏବଂ ଡ୍ରାଇଭରଙ୍କ ଘର ମୟୂରଭଞ୍ଜ ଜିଲା କେରେକେରା ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri