ଓଲଟିଲା ବରଯାତ୍ରୀ ଭ୍ୟାନ୍‌: ୨ ମୃତ; ୪୦ରୁ ଊର୍ଦ୍ଧ୍ୱ ଆହତ

ଜୟପୁର/ବୋରିଗୁମ୍ମା,୩।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂହପୁର ଥାନା ବୋଡ଼ିଗାଁରୁ ଗୁରୁମାଇଁଗୁଡ଼ା ଗ୍ରାମକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ବୁଧବାର ଏକ ଭ୍ୟାନ୍‌ ଓଲଟି ପଡ଼ିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଞ୍ଚଳା ଜାନୀ ଓ ତୁଳସୀ ଜାନୀ। ସେହିଭଳି ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ଥିବାରୁୁ ତାଙ୍କୁ ଜୟପୁର ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ବୋଡିଗାଁଠାରୁ ମୁଣ୍ଡିଗୁଡା ଗ୍ରାମ ଅଭିମୁଖେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ନେଇ ଏକ ୪୦୭ ଭ୍ୟାନ୍‌ ବାହାଘର କାର୍ଯ୍ୟକ୍ରମକୁ ଯାଉଥିଲା। ହେଲେ ଗୁରୁମଇଗୁଡା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଭ୍ୟାନ୍‌ଟି ଓଲଟି ପଡିଥିଲା। ଖବର ପାଇ ବି.ସିଂହପୁର ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସେପଟେ ଗୁରୁତରଙ୍କୁ କୁମୁଲି ମେଡିକାଲରେ ମଧ୍ୟ ଭର୍ତ୍ତି କରାଯାଇଥିଲା। ସେଠାରେ ୪ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜୟପୁର ମେଡିକାଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri