ଓଲଟି ପଡ଼ିଲା ଯାତ୍ରୀବାହୀ ଅଟୋ

ଦେବଗଡ,୨୬।୩(ଡି.ଏନ.ଏ.): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଖିଲେଇ ଗ୍ରାମରେ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ସେଥିରେ ବସିଥିବା ୪ ଜଣ ମହିଳାଙ୍କ ସମେତ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ନୂଆଁଲୋଇ ଗ୍ରାମର ଏକ ପରିବାର ତାଙ୍କର ଜଣେ ସମ୍ପର୍କୀୟାଙ୍କୁ ପିଠା ଖୁଆଇବା ପାଇଁ ନୂଆଁଡିହି ଗ୍ରାମର ଏହି ଅଟୋ ଭଡା କରି ତିଲେଇବଣି ବ୍ଲକ ଚେପିଲି ପଞ୍ଚାୟତ ଅଧୀନ କୁଶପଙ୍ଗା ଗ୍ରାମକୁ ଆସୁଥିଲେ। ତେବେ ଅଟୋଟି ଖିଲେଇ ଛକରେ ପହଞ୍ଚିବା ସମୟରେ ରାଞ୍ଚତ୍-ବିଜୟୱାଡା ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସେଥିରେ ବସିଥିବା ନୂଆଲୋଇ ଗ୍ରାମର ସବିତା ଅମାତ(୨୫), ଚକ୍ରଧରପୁର ଗ୍ରାମର ପ୍ରମିଳା ଉଦାବର(୬୦), ନିରୁ ଉଦାବର(୩୫), ଟୁନି ଉଦାବର ଓ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଦେବଗଡ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri