ଓସା ନିର୍ବାଚନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୭।୨ (ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ସମୟ ଅତିକ୍ରାନ୍ତ ହୋଇଯାଇଛି। ନୂତନ ଭାବେ ନିଯୁକ୍ତି ପାଇଥିବା ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଏବଂ କେତେକ ବରିଷ୍ଠ ସଚିବାଳୟ କର୍ମଚାରୀଙ୍କ ସକାରାତ୍ମକ ଉଦ୍ୟମ ଯୋଗୁ ନିର୍ବାଚନ ନେଇ ଆଶା ସଞ୍ଚାର ହୋଇଛି।

ଗତବର୍ଷ ଜୁଲାଇରୁ ଓସା କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଛି। ହେଲେ ସେମାନେ ପରବର୍ତ୍ତୀ ସମୟ ପାଇଁ ଗଣତାନ୍ତ୍ରିକ ଢଙ୍ଗରେ କର୍ମକର୍ତ୍ତା ଚୟନ ନେଇ କୌଣସି ପଦକ୍ଷେପ ଗ୍ରହଣ କରିବା ଦେଖାଯାଇ ନ ଥିଲା। ପୂର୍ବପଦରେ ରହିବା ପାଇଁ ଓସା ସାଧାରଣ ପରିଷଦ ବୈଠକର ଅନୁମୋଦନ ଆବଶ୍ୟକ ହୋଇଥାଏ, ହେଲେ ଏହା ନ କରି କାର୍ଯ୍ୟକର୍ତ୍ତା ନିଜ ଦାୟିତ୍ୱରେ ପୂର୍ବପରି ରହିଥିବା ଲକ୍ଷ୍ୟ କରାଯାଇଥିଲା। ଗତବର୍ଷ ଓସାର ୧୨୦୦ ସଭ୍ୟ ଗୃହ ବିଭାଗର ଦୃଷ୍ଟି ଆକର୍ଷଣ କରି ନିର୍ବାଚନ ପାଇଁ ଦାବି କରିଥିଲେ। ଏହି ଦାବିକୁ ବିଚାର କରି ଗୃହ ବିଭାଗ ପକ୍ଷରୁ ୨୦୧୯ ଅକ୍ଟୋବର ଶେଷ ସୁଦ୍ଧା ସମସ୍ତ ପ୍ରକ୍ରିୟା ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହାକୁ କାର୍ଯ୍ୟକାରୀ କରାଗଲା ନାହିଁ। ଇତିମଧ୍ୟରେ ନୂତନ ଏଏସ୍‌ଓମାନେ ପୁରାତନ କର୍ମଚାରୀ ଏବଂ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ନିର୍ବାଚନ ପାଇଁ ପ୍ରବର୍ତ୍ତାଇଛନ୍ତି। ସେମାନଙ୍କ ଉଦ୍ୟମରେ ୨ଟି ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ଅନେକ ବିଷୟରେ ସହମତି ଆସିପାରିଛି। ସେହିଭଳି ପରବର୍ତ୍ତୀ ବୈଠକକୁ ସମସ୍ତ ସଭ୍ୟଙ୍କୁ ଡକାଯାଇଥିବା ଜଣାପଡ଼ିଛି। ଏହି ବୈଠକରେ ଓସା ନିର୍ବାଚନ ପାଇଁ ବାଟ ଫିଟିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri