ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ

କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’। ବିକାଶ ଖାନାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଡାଇରେକ୍ଟର ଅଫ୍‌ ଫଟୋଗ୍ରାଫି(ଡିଓପି) ତଥା କ୍ୟାମେରାମ୍ୟାନ ଭାବେ ଦାୟିତ୍ୱ ତୁଲାଇଛନ୍ତି ଭୁବନେଶ୍ୱରରେ ରହୁଥିବା ଶୁଭ୍ରାଂଶୁ ଦାସ। ଓଡ଼ିଆ ସିନେମା ଜଗତରେ ଚିଣ୍ଟୁ ନାମରେ ସେ ବେଶ୍‌ ପରିଚିତ। ସୋମବାର ଏହି ଆୱାର୍ଡର ନୋମିନେଶନ ତାଲିକା ପ୍ରକାଶ ପାଇବ। ‘ଲାଷ୍ଟ କଲର’ ଚୂଡ଼ାନ୍ତ ତାଲିକା ଭିତରେ ଅନ୍ତର୍ଭୁକ୍ତ ହେଲେ ଓଲିଉଡ୍‌ ଇତିହାସରେ ଏକ ସଫଳତାର ଫର୍ଦ୍ଦ ଯୋଡ଼ି ହେବ।
ଏହି ଚଳଚ୍ଚିତ୍ରରେ ଲାଇନ ପ୍ରଡ୍ୟୁସର ଭାବେ ଦାୟିତ୍ୱ ତୁଲାଇଛନ୍ତି ଖ୍ୟାତନାମା ପ୍ରଯୋଜକ ତଥା ନିର୍ଦ୍ଦେଶକ ନୀଳମାଧବ ପଣ୍ଡା। ଡିଓପି ଭାବେ କାର୍ଯ୍ୟ କରିବାକୁ ନୀଳମାଧବ ହିଁ ପ୍ରସ୍ତାବ ଦେଇଥିଲେ ବୋଲି ଶୁଭ୍ରାଂଶୁ କହିଛନ୍ତି। ଭୁବନେଶ୍ୱରରେ ରହୁଥିବା ଶୁଭ୍ରାଂଶୁଙ୍କ ଘର ବେଗୁନିଆ ଅଞ୍ଚଳରେ। ୮ଟି ଓଲିଉଡ୍‌ ଫିଲ୍ମରେ କାର୍ଯ୍ୟ କରିଥିବା ଏହି ପ୍ରତିଭାସମ୍ପନ୍ନ ଡିଓପି ବଲିଉଡ୍‌ରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି। ୨୦୧୨ରେ ମୁକ୍ତିଲାଭ କରିଥିବା ଫିଲ୍ମିସ୍ତାନ ଚଳଚ୍ଚିତ୍ର ତାଙ୍କୁ ବମ୍ବେରେ ପ୍ରତିଷ୍ଠିତ କରାଇଛି ବୋଲି ସେ କହିଛନ୍ତି। ଏବେ ସୁଦ୍ଧା ବଲିଉଡ୍‌ରେ ୧୧ଟି ଚଳଚ୍ଚିତ୍ରରେ କାର୍ଯ୍ୟ କରି ସାରିଲେଣି। ଜାତୀୟ ଟେଲିଭିଜନରେ ପ୍ରଦର୍ଶିତ ହୋଇଥିବା ସିଆଡି, ଫିର କୋଇ ହେ ଭଳି ଅନେକ ସିରିଏଲରେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ‘ଅଭିମନ୍ୟୁ’ ନିମନ୍ତେ ଶୁଭ୍ରାଂଶୁଙ୍କୁ ୨୦୦୯ରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri