ଓସ୍କାର ଦୌଡ଼ରେ ନୀନାଙ୍କ ଫିଲ୍ମ

ମୁମ୍ବାଇ: ସେଲିବ୍ରିଟି ସୈଫ୍‌ରୁ ଫିଲ୍ମମେକର୍‌ ହୋଇଥିବା ବିକାଶ ଖାନ୍ନାଙ୍କ ପ୍ରଥମ ଫିଲ୍ମ ‘ଦ ଲାଷ୍ଟ କଲର୍‌’ ଓସ୍କାର ଆଓ୍ବାର୍ଡ ଦୌଡ଼ରେ ଫିଚର୍‌ ଫିଲ୍ମ ତାଲିକାଭୁକ୍ତ ହୋଇଛି। ଏନେଇ ଖୋଦ୍‌ ବିକାଶ ଖାନ୍ନା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କ ପ୍ରଥମ ଫିଲ୍ମ ଓସ୍କାର ପାଇଁ ମନୋନୀତ ହୋଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି।
ନିଜ ଅଫିସିଆଲ୍‌ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, “୨୦୨୦ ଭଲରେ ଆରମ୍ଭ ହେଲା। ମିରାକଲ୍‌…ମିରାକଲ୍‌.. ବିଶ୍ୱକୁ ଧନ୍ୟବାଦ। ଆମ ଫିଲ୍ମ ‘ଦ ଲାଷ୍ଟ କଲର୍‌’ ହେଉଛି ନିର୍ମଳ ହୃଦୟ। ଓସ୍କାର ଏକାଡେମୀ ୨୦୧୯ର ବେଷ୍ଟ ୩୪୪ ଫିଲ୍ମର ତାଲିକା ଘୋଷଣା କରିଛି।”
ଫିଲ୍ମର ଅଭିନେତ୍ରୀ ନୀନା ଗୁପ୍ତା ମଧ୍ୟ ଟୁଇଟରରେ ଏନେଇ ନିଜ ପ୍ରତିକ୍ରିୟା ରଖିଛନ୍ତି। ଖାନ୍ନାଙ୍କ ଟୁଇଟ୍‌କୁ ରିଟୁଇଟ୍‌ କରି ସେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ଅନ୍ୟପଟେ ଫିଲ୍ମ ‘ଦ ଲାଷ୍ଟ କଲର୍‌’ ଏଯାବତ୍‌ ଭାରତରେ ରିଲିଜ୍‌ ହୋଇନାହିଁ। ତେବେ ମୁମ୍ବାଇ ଫିଲ୍ମ ଫେଷ୍ଟିଭାଲ୍‌ ୨୦୧୯ରେ ଏହାର ସ୍କ୍ରିନିଂ ରଖାଯାଇଥିଲା। ସେହିପରି ଆଓ୍ବାର୍ଡ ପର୍ଯ୍ୟାୟରେ ସାମିଲ ହେବା ନିୟମାନୁଯାୟୀ ଫିଲ୍ମଟି ଜାନୁୟାରୀ ୪ରେ ୟୁଏସ୍‌ଏର ୩୦ ତମ ପାମ୍‌ ସ୍ପ୍ରିଙ୍ଗ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ରିିଲିଜ୍‌ ହୋଇଥିଲା। ଫିଲ୍ମର କାହାଣୀ ବୃନ୍ଦାବନ ଓ ବାରାଣସୀରେ ରହୁଥିବା ବିଧବା ସ୍ତ୍ରୀ ଲୋକଙ୍କ ଜୀବନୀ ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri