ଓ୍ବାଟର୍‌ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍‌ ସ୍ପୋର୍ଟସ ତଥା ଲିଜର୍‌ ଓ ରିକ୍ରିଏଶନ୍‌ ଟୁରିଜିମ୍‌ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍‌ ପରେ ଏବେ ଓଡ଼ିଶାରେ ଓ୍ବାଟର୍‌ ସ୍ପୋର୍ଟସ ଟୁରିଜିମ୍‌ର ପ୍ରଚାର ପ୍ରସାର ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ବାହାରୁ ୧୮ଟି ଘରୋଇ ସଂସ୍ଥା ଆସି ଭିତରକନିକା ଓ ଚିଲିକା ହ୍ରଦ ପରିଦର୍ଶନ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ଏକ ୩ଦିନିଆ ଫ୍ୟାମ୍‌ ଟ୍ରିପ୍‌ରେ ଗୋଆ, କେରଳ, ମହାରାଷ୍ଟ୍ର, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ଓଡ଼ିଶାକୁ ମିଶାଇ ୬ଟି ରାଜ୍ୟର ୨୬ଜଣ ପ୍ରତିନିଧି ଯୋଗଦେଇଥିଲେ। କେରଳ ଢାଞ୍ଚାରେ ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପାଇଁ ଲକ୍‌ଜରୀ ହାଉସ୍‌ ବୋଟ୍‌ ବ୍ୟବସ୍ଥା, ଚିଲିକାରେ ବିଭିନ୍ନ ପ୍ରକାର ଓ୍ବାଟର ସ୍ପୋର୍ଟସ ବା ମନୋରଞ୍ଜନଧର୍ମୀ ଜଳକ୍ରୀଡା ଓ ରିକ୍ରିଏଶନ୍‌ ପ୍ରୋଜେକ୍ଟ ପାଇଁ ପୁଞ୍ଜି ବିନିଯୋଗ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଫ୍ୟାମ୍‌ ଟ୍ରିପ୍‌ର ଆୟୋଜନ କରାଯାଇଥିଲା। ୪୮୨ କିଲୋମିଟର ସୁଦୀର୍ଘ ବେଳାଭୂମି ସହ ଏକାଧିକ ହ୍ରଦ ଓ ନଦୀ ଓଡ଼ିଶାରେ ରହିଛି। ଏଠାରେ ଜଳକ୍ରୀଡାର ବିକାଶ କରାଯାଇ ପାରିଲେ ବହୁସଂଖ୍ୟାରେ ପର୍ଯ୍ୟଟକ ଓଡ଼ିଶାକୁ ଆସିବେ ବୋଲି ପର୍ଯ୍ୟଯନ ବିଭାଗ ସଚିବ ବିଶାଲ ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri