Posted inଖେଳ

ଓ୍ବାଡା ଗାଇଡ୍‌ଲାଇନ୍‌ ଜାରି

ମଣ୍ଟ୍ରିଲ, ୨୨ା୩ (ଏଏଫ୍‌ପି)-କରୋନା ଭାଇରସ୍‌ ଜନିତ ସମସ୍ୟା କାରଣରୁ ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ପକ୍ଷରୁ ନୂଆ ଗାଇଡ୍‌ ଲାଇନ୍‌ ଜାରି କରାଯାଇଛି। ବିଶେଷ କରି ୨୦୨୦ ଟୋକିଓ ଅଲିମ୍ପିକ ଓ ପାରା ଅଲିମ୍ପିକ ଗେମ୍ସରେ ଭାଗ ନେବାକୁ ଥିବା ଆଥଲେଟ୍‌ ମାନଙ୍କର ଯେପରି ଡୋପ୍‌ ଟେଷ୍ଟ ହୋଇ ପାରିବ ସେ ନେଇ ସ୍ଥାନୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହଯୋଗ ଲୋଡାଯାଇଛି। ଆଥଲେଟ୍‌ ଓ ଡୋପିଂ କଣ୍ଟ୍ରୋଲ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନ ଏବଂ ଅବାଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ କୁହାଯାଇଛି। ଆଥଲେଟଙ୍କ ନିକଟରେ କରୋନା ଭାଇରସ ଆକ୍ରାନ୍ତର କୌଣସି ଲକ୍ଷଣ ସୂଚନା ମିଳୁଥିଲେ ସାମ୍ପଲ ସଂଗ୍ରହକାରୀଙ୍କୁ ତୁରନ୍ତ ଜଣାଇବା ଉଚିତ୍‌। ଯେଉଁ ଆଥଲେଟଙ୍କ ଡାକ୍ତରୀ ପରୀକ୍ଷା ହେବ ସେ ସମ୍ପର୍କିତ ଖବର ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଅବଗତ କରିବାକୁ ହେବ ବୋଲି ଓ୍ବାଡା କହିଛି। କାର୍ଯ୍ୟସ୍ଥଳକୁ ସଂକ୍ରମଣମୁକ୍ତ କରାଯିବା ଦରକାର। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦିଆଯାଇଛି। ଯଦି କୌଣସି ସ୍ଥାନରେ ଟେଷ୍ଟିଂ ପ୍ରୋଗ୍ରାମ ଜାରି ରଖିବା ଅସମ୍ଭବ ମନେ ହୁଏ ଏକ୍ଷେତ୍ରରେ ଅନ୍ୟ ଆଣ୍ଟି ଡୋପିଂ ସଂଗଠନ ଓ କ୍ରୀଡ଼ା ମହାସଂଘଗୁଡ଼ିକ ଏକତ୍ର କାର୍ଯ୍ୟ କରିବା ଉଚିତ ବୋଲି ଓ୍ବାଡା ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri