‘ଓ୍ବାର’ରେ ହ୍ରିତିକ୍‌, ଟାଇଗର

ମୁମ୍ବାଇ: ଆଗାମୀ ଫିଲ୍ମ ‘ଓ୍ବାର’ ପାଇଁ ବଲିଉଡ ଷ୍ଟାର ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫ୍‌ଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦୃଶ୍ୟ ବେଶ୍‌ ଆମୋଦଦାୟକ। ଏଥି ନିମନ୍ତେ ପର୍ତ୍ତୁଗାଲର ପୋର୍ଟୋ ନଗରୀକୁ ଦୁଇଦିନ ପାଇଁ ଜନସାଧାରଣଙ୍କ ଚଳାଚଳ ବନ୍ଦ କରିଦିଆଯାଇଥିଲା। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହେଉଥିବା ଏହି ଫିଲ୍ମ ବିଶେଷକରି ଦୁଇ ବଲିଉଡ ନାୟକ ହ୍ରିତିକ ଏବଂ ଟାଇଗରଙ୍କ ଆକ୍ସନକୁ ନେଇ ଗତିଶୀଳ। ଏହାର ଶୁଟିଂ ପାଇଁ ପୋର୍ଟୋର ମୁଖ୍ୟ ସେତୁକୁ ବନ୍ଦ ରଖିବା ଲାଗି ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିଲା। ଏଥିପାଇଁ ସ୍ଥାନୀୟ କର୍ତ୍ତୃପକ୍ଷ ସାହାଯ୍ୟ ଓ ସହଯୋଗର ହାତ ବଢ଼ାଇଥିଲେ ବୋଲି ନିର୍ଦ୍ଦେଶକ କହିଛନ୍ତି। ସ୍ଥାନୀୟ ଲୋକମାନେ ମଧ୍ୟ ଏଥିପାଇଁ ଖୁସି ପ୍ରକାଶ କରିଥିଲେ। କାରଣ ସେମାନେ ପୂର୍ବରୁ ତାଙ୍କ ସହରରେ ଜନସାଧାରଣଙ୍କ ଚଳାଚଳ ବନ୍ଦ କରାଯିବା ଦେଖି ନ ଥିଲେ। ତେବେ କେଉଁ ଫିଲ୍ମ ପାଇଁ ଏପରି ହେଉଛି ତାହା ଜାଣିବାକୁ ସେମାନେ ଉତ୍ସୁକ ହୋଇପଡିଥିଲେ। ଶୁଟିଂ ସମୟରେ ସ୍ଥାନୀୟ ଲୋକଙ୍କ ପ୍ରତିକ୍ରିୟା ଥିଲା ଉତ୍ସାହଜନକ। ସେମାନେ ହ୍ରିତିକ ଓ ଟାଇଗରଙ୍କ ମୁହଁାମୁହିଁ ଲଢ଼େଇ ଦେଖି ସ୍ତବ୍‌ଧ ହୋଇଯାଇଥିଲେ। ଆକ୍ସନ ମାଷ୍ଟର ଏହି ଦୁଇ କଳାକାର ଲଢ଼େଇ ସମୟରେ ଯେଭଳି ଷ୍ଟଣ୍ଟ ପ୍ରଦର୍ଶନ କରିଥିଲେ ସେଭଳି ଦୃଶ୍ୟ ଦର୍ଶକଙ୍କୁ ଚମକାଇବା ଭଳି। ୟଶ ରାଜ ଫିଲ୍ମ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଏହି ଫିଲ୍ମ ହିନ୍ଦୀ, ତାମିଲ ଓ ତେଲୁଗୁ ଭାଷାରେ ଅକ୍ଟୋବର ୨ରେ ରିଲିଜ୍‌ ହେବାର ସମ୍ଭାବନା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri