Posted inଜାତୀୟ

ଓ୍ବାରିସ ପଠାନଙ୍କ ଉପରେ କଟକଣା ଲଗାଇଲେ ଓ୍ବାଇସି

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ) ନେତା ଓ୍ବାରିସ ପଠାନଙ୍କ ଉପରେ ଶୁକ୍ରବାର କଟକଣା ଲଗାଇଛନ୍ତି ଦଳର ସୁପ୍ରିମୋ ଅସାଦୁଦ୍ଦିନ ଓ୍ବାଇସି। ପଠାନ ଗଣମାଧ୍ୟମ ବା ସାର୍ବଜନୀନ ଭାବରେ କୌଣସି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି ଦଳ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ନାଗରିକତା ସଂଶୋଧିତ ଆଇନକୁ ବିରୋଧ କରି କର୍ନାଟକର ଗୁଲବର୍ଗାରେ ଜନସଭାରେ ଯୋଗଦେଇ ଏଆଇଏମ୍‌ଆଇଏମ୍‌ ନେତା ଓ୍ବାରିସ ପଠାନ ନିକଟରେ କହିଥିଲେ, ଆମେ ଇଟାର ଜବାବ ଦେବା ଶିଖିଯାଇଛୁ। ଆମେ ସବୁ ଯଦି ଏକାଠି ହେବୁ ୧୫ କୋଟି ମୁସଲମାନ ଲୋକ ୧୦୦ କୋଟି ଲୋକଙ୍କ ଉପରେ ଭାରି ପଡିବୁ। ତାଙ୍କର ଏହି ବିବାଦୀୟ ମନ୍ତବ୍ୟକୁ ନେଇ ଚାରିଆଡେ ସମାଲୋଚନା କରାଯାଇଥିଲା। ଫଳରେ ଦଳ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି। ଆଗାମୀ ନିର୍ଦ୍ଦେଶ ଯାଏ ଓ୍ବାରିସଙ୍କ ବିରୋଧରେ ଏହି ଅଙ୍କୁଶ ବଳବତ୍ତର ରହିବ ବୋଲି ଏଆଇଏମଆଇଏମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ

ତେହରାନ୍‌,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri