Posted inଜାତୀୟ

ଓ୍ବାରେଣ୍ଟ ଜାରିର ୭ ଦିନ ପରେ ଦିଆଯାଉ ଫାଶୀ

ନୂଆଦିଲ୍ଲୀ,୨୩ା୧: ରିଭ୍ୟୁ ପିଟିଶନ, କ୍ୟୁରେଟିଭ୍‌ ପିଟିଶନ ଏବଂ ରାଜକ୍ଷମା ଆବେଦନ ଆଳରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ଫାଶୀ ସମୟ ଗଡ଼ିଚାଲିଥିବାବେଳେ ଏନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ପ୍ରକାଶ କରିଛନ୍ତି। ମୃତ୍ୟୁଦଣ୍ଡ ପାଇଥିବା ଅପରାଧୀଙ୍କୁ ତୁରନ୍ତ ଫାଶୀ ଦେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀ କ୍ଷମା ଆବେଦନ କରିବାକୁ ୭ ଦିନ ସମୟସୀମା ଧାର୍ଯ୍ୟ କରାଯାଉ। ରାଷ୍ଟ୍ରପତି କ୍ଷମା ଆବେଦନ ଖାରଜ କରିବାର ୭ ଦିନ ମଧ୍ୟରେ ମୃତ୍ୟୁଦଣ୍ଡ ଓ୍ବାରେଣ୍ଟ ଜାରି କରିବା ଏବଂ ଏହାର ୭ ଦିନ ମଧ୍ୟରେ ଫାଶୀ ଦେବା ଲାଗି ସର୍ବୋଚ୍ଚ ଅଦାଲତ ସମସ୍ତ କୋର୍ଟ ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେବାକୁ ମନ୍ତ୍ରଣାଳୟ ପକ୍ଷରୁ ଅନୁରୋଧ କରାଯାଇଛି। ସେହିପରି ମୃତ୍ୟୁଦଣ୍ଡାଦେଶ ମାମଲାରେ ରିଭ୍ୟୁ ପିଟିଶନ ଓ କ୍ୟୁରେଟିଭ୍‌ ପିଟିଶନ ଦାଏର ପାଇଁ ମଧ୍ୟ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ ହେବା ଆବଶ୍ୟକ ବୋଲି କେନ୍ଦ୍ର କହିଛି। ୨୦୧୪ରେ ଶତ୍ରୁଘନ ଚୌହାନ ମାମଲାର ରାୟକୁ ସଂଶୋଧନ କରିବାକୁ କେନ୍ଦ୍ର ଅନୁରୋଧ କରିଛି। ଉକ୍ତ ମାମଲାରେ କ୍ଷମା ଆବେଦନ ବର୍ଷ ବର୍ଷ ଧରି ସ୍ଥଗିତ ରହିଥିଲା। ଏଭଳି ଅପେକ୍ଷା ଅପରାଧୀମାନଙ୍କ ପ୍ରତି ନିର୍ଯାତନା ବୋଲି ସରକାର କହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ଅପରାଧୀମାନଙ୍କ ଅଧିକାରର ସୁରକ୍ଷା କରିବା ସହିତ ପୀଡ଼ିତା ଓ ସେମାନଙ୍କ ପରିବାର ତଥା ଜନସାଧାରଣଙ୍କ ସ୍ବାର୍ଥ ରକ୍ଷା ପାଇଁ ମଧ୍ୟ ନିୟମ ପ୍ରଣୟନ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଓ ସମୟର ଆବଶ୍ୟକତା। ନଚେତ୍‌ ଜଘନ୍ୟ ଅପରାଧ ମାମଲାରେ ଦୋଷୀସାବ୍ୟସ୍ତ ବ୍ୟକ୍ତିଙ୍କୁ ଆଇନ ସହ ଖେଳିବା ଓ ଦଣ୍ଡ ସମୟ ଗଡ଼ାଇବା ଲାଗି ସୁଯୋଗ ମିଳିଯିବ ବୋଲି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri