ଓ୍ବାର୍ଡ ସଭ୍ୟାଙ୍କୁ ମାଡ଼ ମାରିବା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେବା ପ୍ରତିବାଦରେ ବ୍ଲକ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଖାରୁଣି ପଞ୍ଚାୟତର ୧ ନମ୍ବର ଓ୍ବାର୍ଡସଭ୍ୟା ପଦ୍ମାବତୀ ମଳିକଙ୍କୁ ସରପଞ୍ଚଙ୍କ ସ୍ବାମୀ ପ୍ରଶାନ୍ତ ମଳିକ ମେ’ ୨୯ରେ ମାଡ଼ ମାରିଥିଲେ । ଏଥିନେଇ ପଦ୍ମାବତୀ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦେଇଥିଲେ। ସେହିପରି ଜନୈକା ବୃଦ୍ଧା ହତ୍ୟା ଉଦ୍ୟମର ଶିକାର ହୋଇ ଥାନାରେ ଏତଲା ଦେଇଥିଲେ। ମାତ୍ର ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ପ୍ରତିବାଦରେ କେନ୍ଦ୍ରାପଡ଼ା ଏସ୍‌ପି, ସହକାରୀ ଏସ୍‌ପି ଓ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓଙ୍କୁ ଭେଟି ଜଣାଇଥିଲେ। କାର୍ଯ୍ୟାନୁଷ୍ଠାନ ନେବା ପାଇଁ କେନ୍ଦ୍ରାପଡ଼ା ଏସ୍‌ପି ନିତିଶେଖର ପଟ୍ଟାମୁଣ୍ଡାଇ ଥାନା ଆଇଆଇସି ରାକେଶ ତ୍ରିପାଠୀଙ୍କୁ ଜଣାଇଥିଲେ। ମାତ୍ର ଆଇଆଇସି ତ୍ରିପାଠୀ କୌଣସି ପଦକ୍ଷେପ ଗ୍ରହଣ ନ କରିବା ପ୍ରତିବାଦରେ ୨୫ ଜଣ ମହିଳା ଓ ପୁରୁଷ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମୁଖରେ ଗୁରୁବାର ଗଣଧାରଣାରେ ବସିଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ଭାରପ୍ରାପ୍ତ ଭରତ ଚନ୍ଦ୍ର ପରିଡ଼ା ଧାରଣାକାରୀଙ୍କୁ ଏ ସମ୍ପର୍କରେ ପଚାରି ବୁଝିବା ସହିତ ଜିଲାପାଳଙ୍କୁ ଜଣାଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଧାରଣାରେ ବସିଥିବା ଲୋକଙ୍କ ନିକଟକୁ ପୋଲିସ ଆସି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri