ଓ୍ବାର୍ନରଙ୍କ ବ୍ୟାଟ୍‌ରେ ସେନ୍‌ସର

ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍‌ ଓ୍ବାର୍ନର ବିଶ୍ୱକପ୍‌ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍‌ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବୁର ବ୍ୟାଟ୍‌ରେ ସେନ୍‌ସର ଲଗାଇ ଅଭ୍ୟାସ କରିଥିଲେ। ଏହି ସେନ୍‌ସରରେ ବ୍ୟାଟ୍‌ର ବ୍ୟାକଲିଫ୍ଟ କୋଣ ଓ ସର୍ବାଧିକ ଗତ ଭଳି କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଷ୍ଟୋର ହୋଇପାରିବ। ଏହି ଯନ୍ତ୍ରର ବ୍ୟବହାରକୁ ୨୦୧୭ରେ ଆଇସିସି ସ୍ବୀକୃତି ଦେଇଥିଲା। ହେଲେ ଏପର୍ଯ୍ୟନ୍ତ କୌଣସି ଅନ୍ତର୍ଜାତୀୟ ଖେଳାଳି ଏହାକୁ ବ୍ୟବହାର କରି ନ ଥିଲେ। ବେଙ୍ଗାଲୁରୁସ୍ଥିତ ଏକ କମ୍ପାନୀ କ୍ରିକେଟରଙ୍କ ପାଇଁ ‘ବ୍ୟାଟ୍‌ ସେନ୍ସ’ ନାମକ ଚିପ୍‌ ନିର୍ମାଣ କରିଥିଲେ। ଏହାକୁ ବ୍ୟାଟର ହ୍ୟାଣ୍ଡେଲ ଉପରେ ଲଗାଯାଏ। ଯେତେବେଳ ପର୍ଯ୍ୟନ୍ତ ଜଣେ ବ୍ୟାଟ୍ସମ୍ୟାନ ଏହାକୁ ବ୍ୟବହାର କରି ବ୍ୟାଟିଂ କରୁଛନ୍ତି, ସେ ପର୍ଯ୍ୟନ୍ତ ସମସ୍ତ ତଥ୍ୟ ମୋବାଇଲ ‘କ୍ଲାଉଡ୍‌ ଷ୍ଟୋରେଜ’ ଆପରେ ଷ୍ଟୋର ହୁଏ। ଏହାକୁ ବ୍ୟବହାର କରି ଓ୍ବାର୍ନର ନିଜ ବ୍ୟାଟିଂ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି, ଯାହାକି ତାଙ୍କୁ ଯଶପ୍ରୀତ୍‌ ବୁମରାଙ୍କ ଭଳି ବୋଲରଙ୍କୁ ଆଟାକ୍‌ କରିବାରେ ସହାୟକ ହେବ। ତେବେ ସେ ଏହି ଚିପକୁ ମ୍ୟାଚ୍‌ବେଳେ ବ୍ୟବହାର କରିବେ କି ନାହିଁ ଜଣାନାହିଁ ବୋଲି ଆଇସିସି ସହ ଜଡ଼ିତ ଥିବା କମ୍ପାନୀ ମୁଖ୍ୟ ଅତୁଲ ଶ୍ରୀବାସ୍ତବ କହିଛନ୍ତି। ସୂଚନାଥାଉ କି, ଏପର୍ଯ୍ୟନ୍ତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଏହି ଉପକରଣ ବ୍ୟବହାର କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri