Posted inଖେଳ

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ ରହିଛନ୍ତି। ବୁଧବାର ହିଟ୍‌ରେ ୨୪.୦୮ ଓ ଗୁରୁବାର ସେମିଫାଇନାଲରେ ୨୩.୨୪ ସେକେଣ୍ଡ ସମୟ ନେଇଥିବା ଦୂତୀ ଫାଇନାଲରେ ୨୩.୩୦ ସେକେଣ୍ଡ ସମୟ ନେଇ ପଦକରୁ ଦୂରରେ ରହିଛନ୍ତି। ବେଲାରୁଷର କ୍ରିଷ୍ଟ୍‌ସ ସିମାନୋସ୍କାୟା ୨୩.୦୦, ଜର୍ମାନୀର ଜେସିକା ବିନାକା ଓ୍ବେସୋଲି ୨୩.୦୫ ଓ ଲିସା କ୍ୱାୟି ୨୩.୧୧ ସେକେଣ୍ଡ ସମୟ ନେଇ ଯଥାକ୍ରମେ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଲାଟିଭିଆର ଗୁଣ୍ଟା ଭାଇକୁଲି ୨୩.୧୨ ସେକେଣ୍ଡ ନେଇ ଦୂତୀଙ୍କ ଉପରକୁ ୪ର୍ଥ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ପ୍ରତିଯୋଗିତାର ୧୦୦ ମିଟରରେ ଦୂତୀ ୧୧.୩୨ ସେକେଣ୍ଡ ସମୟ ନେଇ ପ୍ରଥମ ଭାରତୀୟ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ୍‌ଭାବେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ରଚିଥିଲେ। କିଟ୍‌ ବିଶ୍ୱବିଦ୍ୟାଳୟର ଛାତ୍ରୀ ଭାବେ ସେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବଡ଼ ସଫଳତା ପାଇଥିଲେ। ଓଡ଼ିଶାର ଏକମାତ୍ର ପ୍ରତିଯୋଗୀଭାବେ ସେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଭାଗ ନେଇଥିଲେ। କିଟ୍‌ ବିଶ୍ୱବିଦ୍ୟାଳୟର କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ଡେପୁଟି ଚିଫ୍‌ ଡି’ ମିଶନ, ସହକାରୀ କ୍ରୀଡ଼ା ନିର୍ଦ୍ଦେଶକ ରୁଦ୍ରକେଶ ଜେନା ଅଫିସିଆଲ ଏବଂ ଆଥଲେଟିକ୍ସ ସଞ୍ଜୟ ଗଡ଼ନାୟକ କୋଚ୍‌ଭାବେ ଇଟାଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବିହାରରେ ବନ୍ୟା: ୨୨ ଲକ୍ଷ ପ୍ରଭାବିତ

ପାଟନା,୭ା୯(ପି.ଟି.): ବିହାର ଓ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେବା ସହ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବନ୍ୟା ପ୍ରଭାବିତ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri