ଓ୍ବିପ୍ରୋରେ ଅଜିମ ପ୍ରେମଜୀଙ୍କ ଯୁଗର ଅବସାନ

ନୂଆଦିଲ୍ଲୀ,୭-୬: ଦେଶର ସର୍ବବୃହତ ଦାନବୀର କୁହାଯାଉଥିବା ଅଜିମ ପ୍ରେମଜୀ ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋର ମୁଖ୍ୟ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଶେଷରେ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ସେ ଆସନ୍ତା ଜୁଲାଇ ୩୦ରେ ନିଜ ପଦରୁ ଅବସର ନେବେ। କମ୍ପାନୀ ପକ୍ଷରୁ ଷ୍ଟକ୍‌ ଏକ୍ସଚେଞ୍ଜକୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଅଜିମ ପ୍ରେମଜୀଙ୍କ ଅବସର ପରେ ତାଙ୍କ ପୁଅ ରିଶଦ ପ୍ରେମଜୀଙ୍କୁ ଆସନ୍ତା ୫ ବର୍ଷ ଲାଗି ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ ତଥା ଏକ୍‌ଜିକ୍ୟୁଟିଭ ଅଧ୍ୟକ୍ଷ ପଦରେ ନିଯୁକ୍ତ କରାଯାଇଛି। ଅର୍ଥାତ ଅଜିମ କମ୍ପାନୀର ଦାୟିତ୍ୱ ପୁଅ ହାତରେ ସମର୍ପି ଦେଇଛନ୍ତି। ଫୋବର୍‌ସ ତାଲିକାର ୩୮ତମ ସ୍ଥାନରେ ଥିବା ଅଜିମ ପ୍ରେମଜୀଙ୍କ ମୋଟ ସମ୍ପତ୍ତିର ପରିମାଣ ୫୧୦ କୋଟି ଡଲାର। ଆର୍ଥିକ ବର୍ଷ ୨୦୧୮ରେ ସେ ଭାରତର ଦ୍ୱିତୀୟ ବିଲିୟନେୟାର ଭାବେ ପରିଗଣିତ ହୋଇଛନ୍ତି। ପ୍ରଥମ ସ୍ଥାନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମାଲିକ ମୁକେଶ ଅମ୍ବାନୀ ରହିଛନ୍ତି। ଅଜିମ ଓ୍ବିପ୍ରୋ ଲିମିଟେଡର ୩୪% ଶେୟାର ପରୋପକାର ଲାଗି ଦାନ କରିଦେଇଛନ୍ତି। ଏହାର ମୂଲ୍ୟ ୫୨,୭୫୦ କୋଟି ଟଙ୍କା ରହିଛି। ନିଜ ପ୍ରତିକ୍ରିୟାରେ ସେ କହିଛନ୍ତି ଯେ, କମ୍ପାନୀ ସହିତ ତାଙ୍କର ଲମ୍ବା ଯାତ୍ରା ହୋଇଛି। ଆଗାମୀ ଦିନରେ ସେ ସକ୍ରିୟ ରୂପରେ ସମାଜସେବା କରିବେ। ତାଙ୍କ ପୁଅଙ୍କ କାର୍ଯ୍ୟ ଉପରେ ତାଙ୍କର ସମ୍ପୂର୍ଣ୍ଣ ଭରସା ରହିଥିବା ପ୍ରେମଜୀ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri