ଓ୍ବିପ୍ରୋ ଶେୟାରଧାରୀଙ୍କୁ ଶେଷପତ୍ର ଲେଖିଲେ ପ୍ରେମ୍‌ଜୀ

ନୂଆଦିଲ୍ଲୀ,୧୭-୭: ବୁଧବାର ଓ୍ବିପ୍ରୋର ଜୁନ୍‌ରେ ଶେଷ ହେଉଥିବା ତ୍ରୈମାସ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ କମ୍ପାନୀ ସିଏମ୍‌ଡି ଭାବେ ଅଜୀମ ପ୍ରେମ୍‌ଜୀ ଶେୟାରଧାରୀଙ୍କୁ ଶେଷଥର ପାଇଁ ଭାବବିହ୍ବଳ ପତ୍ର ଲେଖିଛନ୍ତି। ଏହି ପତ୍ରରେ ଭେଜିଟେବୁଲ ତେଲ କମ୍ପାନୀରୁ ଆଇଟି କ୍ଷେତ୍ରରେ ଅନ୍ୟତମ ଶୀର୍ଷ କମ୍ପାନୀ ହେବାରେ ଓ୍ବିପ୍ରୋର ଯାତ୍ରା ସମ୍ପର୍କରେ ସେ ଉଲ୍ଲେଖ କରିଥିଲେ। ଡିଜିଟାଲ, କ୍ଲାଉଡ୍‌, ଇଞ୍ଜିନିୟରିଂ ସେବା ଓ ସାଇବର ସିକ୍ୟୁରିଟି କ୍ଷେତ୍ରରେ କମ୍ପାନୀର ପୁଞ୍ଜିନିବେଶ ବୃଦ୍ଧି ପାଇବ ବୋଲି ସେ ତାଙ୍କ ପତ୍ରରେ ଦର୍ଶାଇଛନ୍ତି। କମ୍ପାନୀରେ ଏବେ ୧ଲକ୍ଷ ୭୦ ହଜାର କର୍ମଚାରୀ ରହିଥିବା ବେଳେ ଡିଜିଟାଲ ଓ ଆର୍ଟିଫିସିଆଲ ଟେକ୍ନୋଲୋଜି ନିଯୁକ୍ତି କ୍ଷେତ୍ରରେ ବାଧକ ହେଉଛି। ଏହାକୁ ଦୂର କରିବା ଲାଗି କମ୍ପାନୀ ଭିନ୍ନ ବାଟ ଆପଣାଉଛି ବୋଲି ସେ କହିଛନ୍ତି। ତାଙ୍କ ପୁତ୍ର ରିଶଦ ପ୍ରେମଜୀ କମ୍ପାନୀକୁ ଆଗକୁ ନେଇଯିବେ ବୋଲି ଅଜୀମ କହିଛନ୍ତି। ଆସନ୍ତା ୩୧ରେ ଅଜୀମ ପ୍ରେମ୍‌ଜୀ ସିଏମ୍‌ଡି ପଦରୁ ଅବସର ନେବେ। ତାଙ୍କ ସ୍ଥାନ ନେବେ ରିଶଦ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri