Posted inଖେଳ

ଓ୍ବିମ୍ବେଲଡନ ଓପନ୍‌: ଫେଡରର-ନାଡାଲ ସେମି

ଲଣ୍ଡନ, ୧୧।୭ (ଏଏଫ୍‌ପି)- ଏଠାରେ ଚାଲିଥିବା ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନ ଓପନ୍‌ରେ ଚାରିଥରର ଚାମ୍ପିୟନ ସର୍ବିୟା ତାରକା ନୋଭାକ ଜୋକୋଭିଚ୍‌ଙ୍କ ସମେତ ସୁଇଜରଲାଣ୍ଡର ରୋଜର ଫେଡରର ଓ ସ୍ପେନର ରାଫାଲ ନାଡାଲ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଏକ ନମ୍ବର ଖେଳାଳି ତଥା ଟପ୍‌ ସିଡ୍‌ ଜୋକୋଭିଚ୍‌ ବୁଧବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମୁକାବିଲାରେ ୬-୪, ୬-୦, ୬-୨ ସିଧାସଳଖ ସେଟ୍‌ରେ ବେଲ୍‌ଜିୟମର ୨୧ତମ ସିଡ୍‌ ଡେଭିଡ୍‌ ଗୋଫିନ୍‌ଙ୍କୁ ପରାସ୍ତ କରିଥିଲେ। ଅଲ୍‌ଇଂଲଣ୍ଡ କ୍ଲବରେ ଜୋକୋଭିଚ୍‌ଙ୍କ ଏହା ୭୦ତମ ବିଜୟ ଥିବାବେଳେ ସେ ୯ମଥର ପାଇଁ ଏହି ସମ୍ମାନଜନକ ପ୍ରତିଯୋଗିତାର ସେମିଫାଇନାଲରେ ସ୍ଥାନ ପକ୍କା କରିବାରେ ସକ୍ଷମ ହୋଇଛନ୍ତି। ସେହିଭଳି ୪ଟି ଯାକ ଗ୍ରାଣ୍ଡସ୍ଲାମକୁ ମିଶାଇଲେ ଜୋକୋଭିଚ୍‌ ୩୬ଥର ପାଇଁ ଅନ୍ତିମ-୪ରେ ପହଞ୍ଚତ୍ଛନ୍ତି। ସ୍ପେନର ରବର୍ଟ ବୌସ୍ତିତା ଅଗଟ ଓ ଆର୍ଜେଣ୍ଟିନାର ଗୁଡିଓ ପେଲ୍ଲାଙ୍କ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ର ବିଜେତା ସେମିଫାଇନାଲରେ ଜୋକୋଭିଚ୍‌ଙ୍କୁ ଭେଟିବ। ସେହିଭଳି ପୁରୁଷ ସିଙ୍ଗଲ୍ସର ଅନ୍ୟ ଏକ କ୍ୱାର୍ଟର ଫାଇନାଲରେ ସୁଇଜରଲାଣ୍ଡ ତାରକା ରୋଜର ଫେଡ୍‌ରର ୪-୬, ୬-୧, ୬-୪, ୬-୪ ସେଟ୍‌ର ଜାପାନର କେଇ ନିଶିକୋରୀଙ୍କୁ ହରାଇ ସେମିଫାଇନାଲ ଟିକେଟ୍‌ ହାସଲ କରିଛନ୍ତି। ଏଥିସହ ୩୭ ବର୍ଷୀୟ ଫେଡ୍‌ରର ଓ୍ବିମ୍ବେଲଡନରେ ତାଙ୍କର ୧୦୦ତମ ବିଜୟ ଲାଭ କରିଛନ୍ତି। ଶୁକ୍ରବାର ହେବାକୁ ଥିବା ସେମିଫାଇନାଲରେ ଏକ ରୋମାଞ୍ଚକ ମୁକାବିଲ ଦେଖିବାକୁ ମିଳିବ। ଫେଡରରଙ୍କ ମୁକାବିଲା ସ୍ପେନର ରାଫାଲ ନାଡାଲଙ୍କ ସହ ହେବ। ଅନ୍ୟ ଏକ କ୍ୱାର୍ଟରରେ ନାଡାଲ ୭-୫, ୬-୨, ୬-୨ ସେଟ୍‌ରେ ଅଷ୍ଟ୍ରେଲିଆର ସାମ୍‌ କ୍ୟୁରୀଙ୍କୁ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri