Posted inଖେଳ

ଓ୍ବିମ୍ବେଲଡନ ଓପନ ଟେନିସ: ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟିକଲେ ଓପେଲ୍‌କା

ଲଣ୍ଡନ, ୪।୭(ଏଏଫପି)- ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ଷ୍ଟାନ୍‌ ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ରିଲି ଓପେଲ୍‌କା। ୩ ଥର କ୍ୱାର୍ଟର ଫାଇନାଲିଷ୍ଟ ୩୪ ବର୍ଷୀୟ ଓ୍ବାରିଙ୍କାଙ୍କୁ ୬ ଫୁଟ ୧୧ ଇଞ୍ଚ୍‌ ଉଚ୍ଚତା ବିଶିଷ୍ଟ ଓପେଲ୍‌କା ୭-୫, ୩-୬, ୪-୬, ୬-୪, ୮-୬ ସେଟ୍‌ରେ ପରାସ୍ତ କରିଛନ୍ତି। ଓ୍ବାରିଙ୍କାଙ୍କଠାରୁ ୧୩ ବର୍ଷ ସାନ ଆମେରିକାର ଓପେଲ୍‌କା ପ୍ରଥମଥରପାଇଁ କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟଏକ ମ୍ୟାଚରେ ମିଲୋସ ରାଓନିକ୍‌ ୭-୬(୭/୧), ୭-୫, ୭-୬(୭/୪) ସେଟ୍‌ରେ ରବିନ ହସୀଙ୍କୁ ହରାଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଡେଭିଡ ଗଫିନ ୬-୨. ୬-୪, ୬-୩ ସେଟ୍‌ରେ ଜେରେମି ଚାର୍ଡିଙ୍କୁ ହରାଇଥିବାବେଳେ ଥୋମାସ ଫାବିଆନୋ ୬-୩, ୬-୭(୬/୮), ୬-୩, ୬-୭(୪/୭), ୬-୪ ସେଟ୍‌ରେ ଇଭୋ କାର୍ଲୋଭିଚ୍‌ଙ୍କୁ ପରାସ୍ତ କରିଛନ୍ତି। ମହିଳା ସିଙ୍ଗଲ୍ସରେ ଚେକ୍‌ ରିପବ୍ଲିକର ତୃତୀୟ ସିଡ୍‌ କାରୋଲିନା ପିସକୋଭା ୬-୦, ୬-୪ ସେଟ୍‌ରେ ପୁର୍ତ୍ତୋରିକୋର ଅଲିମ୍ପିକ୍‌ ଚାମ୍ପିୟନ ମୋନିକା ପୁଇଗ୍‌ଙ୍କୁ ହରାଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟ ମ୍ୟାଚ ଗୁଡ଼ିକରେ ସିମୋନା ହାଲେପ ୬-୨, ୪-୬, ୬-୨ ସେଟ୍‌ରେ ମିହାଲା ବିଜାର୍ନେସ୍କୁଙ୍କୁ, କାରୋଲିନା ପ୍ଲିସ୍‌କୋଭା ୬-୦, ୬-୪ ସେଟ୍‌ରେ ମୋନିକା ପୁଇଗ୍‌, ଭିକ୍ଟୋରିଆ ଆଜାରେଙ୍କା ୬-୨, ୬-୦ ସେଟ୍‌ରେ ଆଜଲା ଟୋମଲଜାନୋଭିଚ୍‌ଙ୍କୁ ହରାଇ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri