Posted inଖେଳ

ଓ୍ବିମ୍ବେଲଡନ ଟେନିସ୍‌: ଜୋକୋଭିଚ୍‌- ଫେଡରର ଫାଇନାଲ

ଲଣ୍ଡନ, ୧୩।୭(ପି.ଟି.)- ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ ଟେନିସର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଟପ୍‌ ସିଡ ସର୍ବୀୟ ତାରକା ନୋଭାକ ଜୋକୋଭିଚ୍‌ ଓ ଦ୍ୱିତୀୟ ସିଡ୍‌ ସୁଇଜରଲାଣ୍ଡର ରୋଜର ଫେଡରର ପରସ୍ପରକୁ ଭେଟିବେ।
ଗତଥରର ଚାମ୍ପିୟନ ଜୋକୋଭିଚ୍‌ ସେମିଫାଇନାଲରେ ଶୁକ୍ରବାର ସ୍ପେନ୍‌ର ୨୩ତମ ସିଡ୍‌ ରୋବେର୍ଟୋ ବତିସ୍ତା ଅଗୁଟଙ୍କୁ ୬-୨, ୪-୬, ୬-୩, ୬-୨ ସେଟରେ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ଏଥିସହିତ ଜୋକୋଭିଚ୍‌ ଷଷ୍ଠଥର ପାଇଁ ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ଫାଇନାଲ ଟିକେଟ ହାସଲ କରିଛନ୍ତି। ବିଶ୍ୱର ୧ ନମ୍ବର ଖେଳାଳି ଜୋକୋଭିଚ୍‌ଙ୍କୁ ଏହି ମ୍ୟାଚ୍‌ ଜିତିବା ପାଇଁ ବେଶ୍‌ କଷ୍ଟ କରିବାକୁ ପଡିଥିଲା। ମୋଟ ଉପରେ ୩୨ ବର୍ଷୀୟ ଜୋକୋଭିଚ୍‌ କ୍ୟାରିୟରରେ ୨୫ତମ ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଛନ୍ତି। ଏଥର ସଫଳ ହେଲେ ସେ ପଞ୍ଚମ ଓ୍ବିମ୍ବେଲଡନ ଟାଇଟଲ ଜିତିବେ।
ଅପରପକ୍ଷରେ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଦ୍ୱିତୀୟ ସିଡ୍‌ ମାନ୍ୟତା ପାଇଥିବା ଫେଡରର ୭-୬, ୧-୬, ୬-୩, ୬-୪ ସେଟରେ ସ୍ପେନ୍‌ ତାରକା ତୃତୀୟ ସିଡ ରାଫାଲ ନାଡ଼ାଲଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହିତ ଫେଡରର ୧୨ଥର ପାଇଁ ଓ୍ବିମ୍ବେଲଡ଼ନ ଫାଇନାଲରେ ପ୍ରବେଶ କରିଛନ୍ତି। ପୂର୍ବରୁ ଫେଡରର ୮ଥର ଓ୍ବମ୍ବେଲଡ଼ନ ଟାଇଟଲ ହାସଲ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri