ଓ୍ବିଲିୟମସନଙ୍କ ବିଶ୍ୱକପ୍‌ ରେକର୍ଡ

ଲଡର୍‌ସ,୧୪।୭(ପିଟି)- ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ରବିବାର ସ୍ବତନ୍ତ୍ର ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ୩୦ ରନ୍‌ର ଇନିଂସ ଖେଳିବା ଅବସରରେ ବିଶ୍ୱକପ୍‌ର ଗୋଟିଏ ସଂସ୍କରଣରେ ଅଧିନାୟକ ଭାବେ ସର୍ବାଧିକ ରନ୍‌ କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ସେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଦନେଙ୍କୁ ଅତିକ୍ରମ କରିଛନ୍ତି। ଜୟବର୍ଦ୍ଦନେ ୨୦୦୭ ସଂସ୍କରଣରେ ୫୪୮ ରନ୍‌ କରିଥିଲେ। ଓ୍ବିଲିୟମସନ ଚଳିତ ବିଶ୍ୱକପ୍‌ରେ ମୋଟ ୫୭୮ ରନ୍‌ କରି ଅଭିଯାନ ଶେଷ କରିଛନ୍ତି। ଏହି ତାଲିକାରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ (୫୩୯ ରନ୍‌, ୨୦୦୭ ସଂସ୍କରଣ), ଆରୋନ ଫିଞ୍ଚ (୫୦୭ ରନ୍‌, ୨୦୧୯ ସଂସ୍କରଣ) ଓ ଏବି ଡିଭିଲର୍ସ (୪୮୨ ରନ୍‌, ୨୦୧୫)ଙ୍କ ଭଳି ଖେଳାଳି ଟପ୍‌ ୫ ମଧ୍ୟରେ ରହିଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ୨୦୦୩ ବିଶ୍ୱକପ୍‌ରେ ୪୬୫ ରନ୍‌ କରିଥିଲେ। ସେ ଅଧିନାୟକ ଭାବେ ବିଶ୍ୱକପ୍‌ରେ ସର୍ବାଧିକ ରନ୍‌ କରିଥିବା ଖେଳାଳିଙ୍କ ତାଲିକାରେ ୬ଷ୍ଠ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri