Posted inଖେଳ

ଓ୍ବେଲିଂଟନରେ ବର୍ଷା: ଭାରତର ସ୍କୋର ୧୨୨/୫

ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଓ୍ବେଲିଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ବର୍ଷା ଯୋଗୁ ଖେଳକୁ କିଛି ସମୟ ପାଇଁ ରୋକାଯାଇଛି। ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲାଣ୍ଡ ବୋଲର୍‌ ଭାରତର ବ୍ୟାଟ୍ସମ୍ୟାନ୍‌ଙ୍କୁ କାବୁ କରିବାରେ ସକ୍ଷମ ହୋଇଛନ୍ତି। ଭାରତର ଅଧା ବ୍ୟାଟ୍ସମ୍ୟାନ୍‌ କ୍ରିଜରୁ ଫେରିଥିବାବେଳେ ବର୍ଷା ବାଧକ ସାଜିଛି। ପ୍ରଥମେ ବ୍ୟାଟିଂ କରୁଥିବା ମାତ୍ର ୧୧୧ ରନ୍‌ ସ୍କୋରରେ ଅଧା ଟିମ୍‌ ଆଉଟ୍‌ ହୋଇଛନ୍ତି। ଅଜିଙ୍କେ ରାହାଣେ(୩୮) ଏବଂ ଋଷଭ ପନ୍ତ(୧୦) ରନ୍‌ କରି କ୍ରିଜ୍‌ରେ ଅଛନ୍ତି। ପ୍ରାରମ୍ଭରୁ ଟିମ୍‌ ସାଉଦି, ବୋଲ୍ଟ ଏବଂ ଜ୍ୟାମିସନ୍‌ଙ୍କ ଘାତକ ବୋଲିଂ ଯୋଗୁ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଅଧିକ ସମୟ କ୍ରିଜରେ ରହିପାରି ନ ଥିଲେ। ପୃଥ୍ବୀ ଶ’ ୧୬, ଚେତେଶ୍ୱର ପୂଜାରା ୧୧, ବିରାଟ କୋହଲି ମାତ୍ର ୨ ରନ୍‌ କରିଥିଲେ। ସେହିପରି ମୟଙ୍କ ଅଗ୍ରଓ୍ବାଲ ୩୪ ଏବଂ ହନୁମା ବିହାରୀ ୭ ରନ୍‌ କରି ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri