Posted inଖେଳ

ଓ୍ବେଲିଂଟନ ଟେଷ୍ଟ: ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ଆଗୁଆ

ଓ୍ବେଲିଂଟନ,୨୨।୨- ସ୍ଥାନୀୟ ବସିନ ରିଜର୍ଭ ଗ୍ରାଉଣ୍ଡରେ ଚାଲିଥିବା ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ଅଗ୍ରଣୀ ହାସଲ କରିଛି। ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୫/୧୨୨)ରୁ ବ୍ୟାଟିଂ ଆରମ୍ଭ କରି ବଳକା ୫ ଉଇକେଟରେ ୪୩ ରନ୍‌ ଯୋଡ଼ିଥିଲା। ଫଳରେ ଟିମ୍‌ ଇଣ୍ଡିଆ ୬୮.୧ ଓଭରରେ ୧୬୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ଅଜିଙ୍କ୍ୟ ରାହାନେ ୪୬, ରିଷଭ ପନ୍ତ ୧୯ ଓ ମହମ୍ମଦ ଶାମି ୨୧ ରନ୍‌ କରିଥିଲେ। ଘରୋଇ ଦଳ ପକ୍ଷରୁ ପଦାର୍ପଣକାରୀ କାଇଲ ଜମିସନ ଓ ଟିମ ସୌଦି ୪ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଏହାପରେ ଘରୋଇ ନ୍ୟୁଜିଲାଣ୍ଡ ଦଳ ଦିନ ଶେଷ ପର୍ଯ୍ୟନ୍ତ ଖେଳି ୫ ଉଇକେଟ ହରାଇ ୨୧୬ ରନ୍‌ କରିଛି। କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳୁଥିବା ଟେଲର ୪୪ ରନ୍‌ କରିଥିବାବେଳେ ଅଧିନାୟକ କେନ ଓ୍ବିଲିୟମସନ ୮୯ ରନ୍‌ କରିଥିଲେ। ଟିମ୍‌ ଇଣ୍ଡିଆ ଲାଗି ଈଶାନ୍ତ ଶର୍ମା ୩ ଉଇକେଟ ଅଧିକାର କରିଥିବାବେଳେ ଶାମି ଓ ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ନ୍ୟୁଜିଲାଣ୍ଡ ଦଳ ୫୧ ରନ୍‌ରେ ଆଗୁଆ ଥିବାବେଳେ ହାତରେ ଆହୁରି ୫ ଉଇକେଟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri