Posted inଖେଳ

ଓ୍ବେଷ୍ଟଇଣ୍ଡିଜକୁ ଆଣ୍ଡରସନଙ୍କ ପ୍ରଶଂସା

ଲଣ୍ଡନ, ୧୨ା୬ (ଏପି)-କରୋନା ମହାମାରୀର ପ୍ରକୋପ ସତ୍ତ୍ୱେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ଲାଗି ବ୍ରିଟେନ ଆସିବା ଓ୍ବେଷ୍ଟଇଣ୍ଡିଜ ଖେଳାଳିଙ୍କ ନିଷ୍ପତ୍ତି ପ୍ରଶଂସାଯୋଗ୍ୟ ବୋଲି କହିଛନ୍ତି ଇଂଲଣ୍ଡ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ। ଓ୍ବେଷ୍ଟଇଣ୍ଡିଜରେ କୋଭିଡ୍‌-୧୯ ମାମଲା ୧୦୦ରୁ ସାମାନ୍ୟ ଅଧିକ। ଅନ୍ୟପକ୍ଷରେ ୟୁନାଇଟେଡ୍‌ କିଙ୍ଗଡମ୍‌(ୟୁକେ)ରେ ଏହି ମହାମାରୀ ଇତିମଧ୍ୟରେ ୪୦,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇ ସାରିଲାଣି। କେବଳ ବୁଧବାର ୧,୦୦୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୪୫ ଜଣଙ୍କର ମୃତ୍ୟୁ ଘଟିଛି। ଇଂଲଣ୍ଡରେ ଲକ୍‌ଡାଉନ୍‌ କଟକଣା କ୍ରମେ କୋହଳ ହେଉଛି। କିନ୍ତୁ ଓ୍ବେଷ୍ଟଇଣ୍ଡିଜ ମଙ୍ଗଳବାର ଟୁର୍‌ରେ ଆସି ପହଞ୍ଚତ୍ଛି। ସ୍ବାସ୍ଥ୍ୟ ଓ ସୁରକ୍ଷା ପ୍ରୋଟୋକଲ ଅନୁପାଳନ ନ କରିବା ପର୍ଯ୍ୟନ୍ତ ଜୁଲାଇ ୮ରେ ପ୍ରଥମ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇ ପାରିବ ନାହିଁ। ଖେଳାଳିମାନେ ବର୍ତ୍ତମାନ ମାଞ୍ଚେଷ୍ଟରରେ ଏକ ଅଲଗା ସ୍ଥାନରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ସେମାନଙ୍କର ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ହେଉଛି। ସୁରକ୍ଷିତ ପରିବେଶରେ ସେମାନେ ଟ୍ରେନିଂ ନେବା ସହ ଖେଳୁଛନ୍ତି ମଧ୍ୟ। ଓ୍ବେଷ୍ଟଇଣ୍ଡିଜର ୩ ପ୍ରମୁଖ ଖେଳାଳି ଡାରେନ ବ୍ରାଭୋ, ଶିମରନ ହେଟମେୟର ଓ କିମୋ ପଲ୍‌ ଇଂଲଣ୍ଡ ଟୁର୍‌ରେ ଆସିବା ଲାଗି ମନା କରିଦେଇଥିଲେ। ମାର୍ଚ୍ଚ ମାସ ମଧ୍ୟ ଭାଗରୁ ଅନ୍ତର୍ଜାତୀୟ କ୍ରିକେଟ ବନ୍ଦ ରହିଛି। ଟେଷ୍ଟ କ୍ରିକେଟ ଆରମ୍ଭ ହେବା ଖେଳ ପାଇଁ ଶୁଭ ସୂଚନା। କରୋନାଭାଇରସ୍‌ ଜନିତ ଭୟାନକ ପରିସ୍ଥିତିକୁ ଭ୍ରୂକ୍ଷେପ ନ କରି ଓ୍ବେଷ୍ଟଇଣ୍ଡିଜ ଦଳ ଆମ ଦେଶକୁ ଆସିଥିବାରୁ ଆମେ ସେମାନଙ୍କ ନିକଟରେ କୃତଜ୍ଞ ବୋଲି ଆଣ୍ଡରସନ କହିଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ୍‌ ଯୋଗୁ ଗତ ମାର୍ଚ୍ଚରେ ଇଂଲଣ୍ଡ ଏହାର ଶ୍ରୀଲଙ୍କା ଟୁର୍‌ କାଟ୍‌ ଛାଣ୍ଟ କରି ଫେରି ଆସିଥିଲା। କୌଣସି ପ୍ରତିଯୋଗିତାମୂଳକ କ୍ରିକେଟ ନ ଖେଳି ଆମକୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ଖେଳିବାକୁ ପଡ଼ିବ। ବିଶେଷ କରି ଏହା ୩୭ ବର୍ଷୀୟ ଆଣ୍ଡରସନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ। ଇଂଲଣ୍ଡର ସର୍ବକାଳୀନ ଅଧିକ ଉଇକେଟ ହାସଲକାରୀ ବୋଲର ବର୍ଷେ ହେଲା ଇଞ୍ଜୁରି ସମସ୍ୟାରେ ରହିଛନ୍ତି। ପିଞ୍ଜରାରେ ସମସ୍ୟା ଯୋଗୁ ତାଙ୍କୁ ଜାନୁୟାରୀରେ ଦକ୍ଷିଣ ଆଫ୍ରିକା ଟୁର୍‌ ଅଧାରୁ ଦଳ ଛାଡ଼ି ସ୍ବଦେଶ ଫେରିବାକୁ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପୂର୍ବରୁ ଆଣ୍ଡରସନଙ୍କ ସମେତ ଇଂଲଣ୍ଡର ୫୫ ଜଣ ସମ୍ଭାବ୍ୟ ଖେଳାଳି ଟ୍ରେନିଂରେ ଯୋଗଦାନ ପାଇଁ କୁହାଯାଇଥିଲା। ବୋଲିଂ ବେଳେ ଆଣ୍ଡରସନଙ୍କୁ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri