Posted inଖେଳ

ଓ୍ବେଷ୍ଟଇଣ୍ଡିଜର ସର୍ବବୃହତ୍‌ ଦିନିକିଆ ଚେଜ୍‌

ଡବ୍‌ଲିନ୍‌, ୧୨।୫- ଏଠାରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ସିରିଜରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟ୍‌ରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଆୟର୍ଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୫ ଉଇକେଟ୍‌ ହରାଇ ୩୨୭ ରନ କରିଥିଲା। ଦଳ ପକ୍ଷରୁ ଆଣ୍ଡ୍ରିଉ ବଲ୍‌ବିମ୍‌ ୧୩୫ ରନ (୧୨୪ ବଲ, ୧୧ ଚୌକା, ୪ ଛକା) ଶତକୀୟ ଇନିଂସ ଖେଳିଥିବାବେଳେ ପଲ୍‌ ଷ୍ଟ୍ରିଲିଂ (୭୭) ଓ କେଭିନ ଓ’ବ୍ରାଇନ (୬୩) ତାଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଶାନନ ଗ୍ରାବିଏଲ୍‌ ୨ ଉଇକେଟ୍‌ ନେଇଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ ଓପନର୍‌ ସୁନୀଲ ଆମ୍ବ୍ରିସ (୧୪୮ ରନ, ୧୨୬ ବଲ)ଙ୍କ ଦମ୍‌ଦାର ଶତକ ବଳରେ ୪୭.୫ ଓଭରରେ ୫ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ଅନ୍ୟମାନଙ୍କ ମଧ୍ୟରେ ସାଇ ହୋପ୍‌ ୩୦, ଡାରେନ ବ୍ରାଭୋ ୧୭, ରୋଷ୍ଟନ ଚେଜ ୪୬, ଜୋନାଥନ କାର୍ଟର ୪୩* ଓ ଅଧିନାୟକ ଜାସନ ହୋଲ୍ଡର ୩୬ ରନ କରିଥିଲେ। ଆୟର୍ଲାଣ୍ଡ ପକ୍ଷରୁ ବୋଡି ରାନ୍‌କିନଙ୍କୁ ସର୍ବାଧିକ ୩ଟି ଉଇକେଟ୍‌ ମିଳିଥିଲା। ମ୍ୟାଚ୍‌ ବିଜୟୀ ଇନିଂସ ଲାଗି ସୁନୀଲଙ୍କୁ ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଏଥିସହ ଓ୍ବେଷ୍ଟଇଣ୍ଡିଜ ଏହାର ଦିନିକିଆ କ୍ରିକେଟ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌ କରିବାର କିର୍ତ୍ତୀମାନ ଲାଭ କରିଛି। ଟୁର୍ନାମେଣ୍ଟରେ ଓ୍ବେଷ୍ଟଇଣ୍ଡିଜର ଏହା ୨ୟ ବିଜୟ ଥିଲା। ଦଳ ଏଥିପୂର୍ବରୁ ପ୍ରଥମ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୧୯୬ ରନରେ ପରାସ୍ତ କରିଥିଲା। ଓ୍ବେଷ୍ଟଇଣ୍ଡିଜ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ସୋମବାର ବାଂଲାଦେଶକୁ ଭେଟିବ। ତେବେ ଏଥିପୂର୍ବରୁ ଜାସନ ହୋଲ୍ଡରଙ୍କ ନେତୃତ୍ୱାଧିନ ଓ୍ବେଷ୍ଟଇଣ୍ଡିଜ ଦଳ ଫାଇନାଲରେ ପ୍ରବେଶ କରିବା ଏକପ୍ରକାର ନିଶ୍ଚିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri