Posted inଖେଳ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ: ଜୁନିୟର ସପୋର୍ଟ ଷ୍ଟାଫ୍‌ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୭।୯(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଗସ୍ତ ଅବସରରେ ଭାରତୀୟ କ୍ରିକେଟର ଦଳରେ ଜଣେ ଜୁନିୟର ସପୋର୍ଟ ଷ୍ଟାଫ୍‌ ସଦସ୍ୟଙ୍କ ବିରୋଧରେ ଦୁର୍ବବ୍ୟବହାର ଅଭିଯୋଗ ଆସିଥିଲା। ଆଣ୍ଟିଗୁଆରେ ଜଣେ ମହିଳା ହଟେଲ କର୍ମଚାରୀଙ୍କୁ ସମ୍ପୃକ୍ତ ସଦସ୍ୟ ଜଣକ ଦୁର୍ବବ୍ୟବହାର କରିଥିଲେ। ଆଣ୍ଟିଗୁଆରେ ଅଗଷ୍ଟ ୨୨ରୁ ୨୬ ତାରିଖ ମଧ୍ୟ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ଏହି ଘଟଣା ସାମ୍‌ନାକୁ ଆସିଥିଲା। ତେବେ ଚିହ୍ନି ନ ପାରିବା କାରଣରୁ ଏଭଳି ଘଟଣା ଘଟିଥିଲା ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ କହିଛନ୍ତି । ପୂର୍ବତନ ଟିମ୍‌ ମ୍ୟାନେଜର ସୁନୀଲ ସୁବ୍ରମନିୟମ ସେପ୍ଟେମ୍ବର ୨୫ ତାରିଖରେ ଏ ସଂକ୍ରାନ୍ତରେ ପ୍ରଶାସକକ କମିଟି (ସିଓଏ)କୁ ଇମେଲ୍‌ ଜରିଆରେ ପ୍ରଥମେ ଅଭିଯୋଗ ଆଣିଥିଲେ। ପରେ ସୁନୀଲ ତାଙ୍କର ଏହି ଅଭିଯଯୋଗକୁ ପ୍ରତ୍ୟାହାର କରିନେଇଥିଲେ। ସମ୍ପୃକ୍ତ ସଦସ୍ୟାଙ୍କୁ ଏ ନେଇ ପଚରାଉଚାର କରାଯିବା ଉଚିତ ବୋଲି ସେ କହିଥିଲେ। ତେବେ ଏବେ ସତ ଘଟଣା ପଦାକୁ ଆସିଛି। ଚିହ୍ନି ନ ପାରିବା କାରଣରୁ ଏପରି ଘଟଣା ଘଟିଥିଲା। ତଦନ୍ତ ପରେ ଏଥିପାଇଁ ଆଣ୍ଟୁଗୁଆ ପୋଲିସ ସମ୍ପୃକ୍ତ ସଦସ୍ୟଙ୍କୁ ଅରୋପ ମୁକ୍ତ କରି ଛାଡ଼ି ଦେଇଥିଲା। ସମ୍ପୃକ୍ତ ମହିଳାଙ୍କୁ ଭାରତର ସବୁ ସପୋର୍ଟ ଷ୍ଟାଫଙ୍କ ଫଟୋ ଦେଖାଯାଇଥିଲା। ତେବେ ମହିଳା ଜଣକ କାହାକୁ ଚିହ୍ନି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?