Posted inଖେଳ

ଓ୍ବେଷ୍ଟଇଣ୍ଡିଜ-ଏ’କୁ ୨୨୮ରେ ଅଟକାଇଲା ଭାରତ-ଏ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୨୫।୭ (ପି.ଟି.)- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟର ପ୍ରଥମ ଦିବସରେ ଭାରତ-ଏ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ-ଏ ୬୬.୫ ଓଭରରେ ୨୨୮ ରନ୍‌ କରି ଅଲ୍‌ଆଉଟ୍‌ ହୋଇଯାଇଛି। ଦଳ ପକ୍ଷରୁ ୭ ନମ୍ବର ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା ରଖିମ କୋର୍ନଓ୍ବାଲ ସର୍ବାଧିକ ୫୯ ରନ କରିଥିବାବେଳେ ଜେର୍ମିନ ବ୍ଲାକଉଡ୍‌ (୫୩), ରୋଷ୍ଟନ ଚେଜ୍‌ (୨୫) ଓ ଜୋମେଲ ଓ୍ବାରିକନ୍‌ (୨୧) ତାଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ଭ୍ରମଣକାରୀ ଭାରତ-ଏ ପକ୍ଷରୁ ବାମହାତୀ ସ୍ପିନର ଶାହବାଜ ନଦିମ୍‌ (୨୨-୭-୬୨-୫) ସଫଳ ବୋଲର ସାବ୍ୟସ୍ତ ହୋଇଥିଲେ। ମହମ୍ମଦ ସିରାଜ (୨), ମୟଙ୍କ ମାର୍କଣ୍ଡେ (୨) ଓ ଶିବମ ଦୁବେ (୧) ମିଳିତ ଭାବେ ବଳକା ଉଇକେଟ୍‌ ବାଣ୍ଟି ନେଇଥିଲେ।
ପ୍ରଥମ ଇନିଂସ ଆରମ୍ଭ କରିଥିବା ହନୁମା ବିହାରୀଙ୍କ ନେତୃତ୍ୱାଧୀନ ଭାରତ-ଏ ଦଳ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ଗୋଟିଏ ଉଇକେଟ୍‌ ହରାଇ ୭୦ ରନ୍‌ ସଂଗ୍ରହ କରିଛି। ଓପନର୍‌ ଅଭିମନ୍ୟୁ ଇଶ୍ୱରନ (୨୮ ରନ) ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ଆଉଟ୍‌ ହୋଇଥିବାବେଳେ ପ୍ରିୟଙ୍କ ପଞ୍ଚଲ (୩୧) ଓ ଶୁବମନ ଗିଲ (୯) କ୍ରିଜରେ ଅପରାଜିତ ରହିଛନ୍ତି। ଇନିଂସ ଅଗ୍ରଣୀ ପାଇଁ ଭାରତ-ଏ ଆହୁରି ୧୫୯ ରନ ଆବଶ୍ୟକ କରୁଛି। ପୂର୍ବରୁ ଦୁଇ ଦଳ ମଧ୍ୟରେ ଅନୁଷ୍ଠିତ ୫ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଦିନିକିଆ ସିରିଜକୁ ଭାରତ-ଏ ୪-୧ରେ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri