Posted inଖେଳ

ଓ୍ବେଷ୍ଟଇଣ୍ଡିଜ-ଏ’କୁ ୨୨୮ରେ ଅଟକାଇଲା ଭାରତ-ଏ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୨୫।୭ (ପି.ଟି.)- ସ୍ଥାନୀୟ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟର ପ୍ରଥମ ଦିବସରେ ଭାରତ-ଏ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ-ଏ ୬୬.୫ ଓଭରରେ ୨୨୮ ରନ୍‌ କରି ଅଲ୍‌ଆଉଟ୍‌ ହୋଇଯାଇଛି। ଦଳ ପକ୍ଷରୁ ୭ ନମ୍ବର ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା ରଖିମ କୋର୍ନଓ୍ବାଲ ସର୍ବାଧିକ ୫୯ ରନ କରିଥିବାବେଳେ ଜେର୍ମିନ ବ୍ଲାକଉଡ୍‌ (୫୩), ରୋଷ୍ଟନ ଚେଜ୍‌ (୨୫) ଓ ଜୋମେଲ ଓ୍ବାରିକନ୍‌ (୨୧) ତାଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ଭ୍ରମଣକାରୀ ଭାରତ-ଏ ପକ୍ଷରୁ ବାମହାତୀ ସ୍ପିନର ଶାହବାଜ ନଦିମ୍‌ (୨୨-୭-୬୨-୫) ସଫଳ ବୋଲର ସାବ୍ୟସ୍ତ ହୋଇଥିଲେ। ମହମ୍ମଦ ସିରାଜ (୨), ମୟଙ୍କ ମାର୍କଣ୍ଡେ (୨) ଓ ଶିବମ ଦୁବେ (୧) ମିଳିତ ଭାବେ ବଳକା ଉଇକେଟ୍‌ ବାଣ୍ଟି ନେଇଥିଲେ।
ପ୍ରଥମ ଇନିଂସ ଆରମ୍ଭ କରିଥିବା ହନୁମା ବିହାରୀଙ୍କ ନେତୃତ୍ୱାଧୀନ ଭାରତ-ଏ ଦଳ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ଗୋଟିଏ ଉଇକେଟ୍‌ ହରାଇ ୭୦ ରନ୍‌ ସଂଗ୍ରହ କରିଛି। ଓପନର୍‌ ଅଭିମନ୍ୟୁ ଇଶ୍ୱରନ (୨୮ ରନ) ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ଆଉଟ୍‌ ହୋଇଥିବାବେଳେ ପ୍ରିୟଙ୍କ ପଞ୍ଚଲ (୩୧) ଓ ଶୁବମନ ଗିଲ (୯) କ୍ରିଜରେ ଅପରାଜିତ ରହିଛନ୍ତି। ଇନିଂସ ଅଗ୍ରଣୀ ପାଇଁ ଭାରତ-ଏ ଆହୁରି ୧୫୯ ରନ ଆବଶ୍ୟକ କରୁଛି। ପୂର୍ବରୁ ଦୁଇ ଦଳ ମଧ୍ୟରେ ଅନୁଷ୍ଠିତ ୫ ମ୍ୟାଚ୍‌ବିଶିଷ୍ଟ ଅନ୍‌ଅଫିସିଆଲ ଦିନିକିଆ ସିରିଜକୁ ଭାରତ-ଏ ୪-୧ରେ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri