Posted inଖେଳ

ଓ୍ବେଷ୍ଟଇଣ୍ଡିଜ କୋଚ୍‌ ପଦକୁ ଫେରିଲେ ସିମନ୍ସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୧୫।୧୦ (ଏଏଫ୍‌ପି)- ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳର କୋଚ୍‌ ପଦକୁ ପୁଣିଥରେ ଫିଲ୍‌ ସିମନ୍ସ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଗାମୀ ୪ ବର୍ଷ ପର୍ଯ୍ୟନ୍ତ ସିମନ୍ସ ମୁଖ୍ୟ କୋଚ୍‌ ରହିବେ ବୋଲି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ତିନିବର୍ଷ ତଳେ ଏକ ବିବାଦୀୟ ପରିସ୍ଥିତିକ୍ରମେ ସିମନ୍ସଙ୍କୁ ଜାତୀୟ କ୍ରିକେଟ୍‌ ଦଳର କୋଚ୍‌ ପଦରୁ ବହିଷ୍କାର କରାଯାଇଥିଲା। ସେ ୨୦୧୬ ଆଇସିସି ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଓ୍ବେଷ୍ଟଇଣ୍ଡିଜ ଦଳର ମୁଖ୍ୟ ପ୍ରଶିକ୍ଷକ ରହିଥିଲେ। ଏହି ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ଚାମ୍ପିୟନ ହୋଇଥିଲା। ଅଧିନାୟକ କାର୍ଲୋସ ବ୍ରାଥଓ୍ବେଟ୍‌ ଅନ୍ତିମ ଓଭରରେ ବେନ୍‌ ଷ୍ଟୋକ୍ସଙ୍କୁ ଲଗାତର ୪ ଛକା ମାରି ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। କିନ୍ତୁ ଏହାପରେ ପାରିଶ୍ରମିକ କାରଣ ଯୋଗୁ ୫୬ ବର୍ଷୀୟ ସିମନ୍ସଙ୍କୁ ବାହାର କରି ଦିଆଯାଇଥିଲା। ‘ଠିକ୍‌ ସମୟରେ ସିଡବ୍ଲ୍ୟୁଆଇ ଠିକ୍‌ ବ୍ୟକ୍ତିଙ୍କୁ ଏହି ପଦ ପାଇଁ ଚୟନ କରିଛି’ ବୋଲି ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ର ସଭାପତି ରିକି ସ୍କ୍ରେରିଟ୍ଟ କହିଛନ୍ତି। ସିମନ୍ସଙ୍କ ପ୍ରଶିକ୍ଷଣ କାଳରେ ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ କ୍ରିକେଟ୍‌ରେ କିନ୍ତୁ ଆଶାନୁରୂପକ ପ୍ରଦର୍ଶନ କରିପାରି ନ ଥିଲା। ମୋଟ୍‌ ୧୪ ଟେଷ୍ଟରୁ ଦଳ ମାତ୍ର ଗୋଟିଏରେ ବିଜୟ ସ୍ବାଦ ଚାଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri