Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଧୋନୀ ଯିବେନି

ମୁମ୍ବାଇ,୧୮।୭- ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ସହ ଯିବେନାହିଁ। ଏହି ଗସ୍ତରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବେ। ସଦ୍ୟ ସମାପ୍ତ ବିଶ୍ୱକପ୍‌ରେ ଧୋନୀ ଅବସର ଘୋଷଣା କରିବେ ବୋଲି ଆଶା କରାଯାଉଥିଲା। ତେବେ ସେ ଏହି ଗସ୍ତରେ ସାମିଲ ହେବେ ନାହିଁ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ତାଙ୍କ ସ୍ଥାନରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଦଳରେ ସାମିଲ ହେବେ। ଫଳରେ ସେ ପରିପକ୍ୱ ହେବାକୁ ସୁଯୋଗ ପାଇବେ। ତେବେ ଧୋନୀ ଦଳ ସହ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡିତ ରହିବେ ଓ ଖେଳାଳିମାନଙ୍କୁ ଗାଇଡ କରିବେ। ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ଦଳ ଚୟନ ନିମନ୍ତେ ଶୁକ୍ରବାର ଚୟନ କମିଟିର ବୈଠକ ବସିବ। ଏହାପରେ ଯାଇ ସ୍ଥିତି ସ୍ପଷ୍ଟ ହେବ। ୩୫ ବର୍ଷୀୟ ଅଭିଜ୍ଞ ଦୀନେଶ କାର୍ତ୍ତିକ ଦଳରେ ସାମିଲ ରହିବେ ବୋଲି ଆଶା କରାଯାଉଛି। ଆସନ୍ତା ଅକ୍ଟୋବରରେ ପନ୍ତ ୨୨ ବର୍ଷରେ ପଦାର୍ପଣ କରିବେ। ଆସନ୍ତାବର୍ଷରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ଫଳରେ ନିଜ ପ୍ରଦର୍ଶନକୁ ଶାଣିତ କରିବା ପାଇଁ ପନ୍ତ ଗୋଟିଏ ବର୍ଷ ସମୟ ପାଇବେ। ଅନ୍ୟପଟେ ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ଧୋନୀ ଆହୁରି ଗୋଟିଏ ବର୍ଷ ଖେଳିବେ। ତେଣୁ ସେ ପର୍ଯ୍ୟନ୍ତ ସେ ଅବସର ନେବାକୁ ଚାହାନ୍ତି ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri