Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଧୋନୀ ଯିବେନି

ମୁମ୍ବାଇ,୧୮।୭- ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ସହ ଯିବେନାହିଁ। ଏହି ଗସ୍ତରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବେ। ସଦ୍ୟ ସମାପ୍ତ ବିଶ୍ୱକପ୍‌ରେ ଧୋନୀ ଅବସର ଘୋଷଣା କରିବେ ବୋଲି ଆଶା କରାଯାଉଥିଲା। ତେବେ ସେ ଏହି ଗସ୍ତରେ ସାମିଲ ହେବେ ନାହିଁ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ତାଙ୍କ ସ୍ଥାନରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଦଳରେ ସାମିଲ ହେବେ। ଫଳରେ ସେ ପରିପକ୍ୱ ହେବାକୁ ସୁଯୋଗ ପାଇବେ। ତେବେ ଧୋନୀ ଦଳ ସହ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡିତ ରହିବେ ଓ ଖେଳାଳିମାନଙ୍କୁ ଗାଇଡ କରିବେ। ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ଦଳ ଚୟନ ନିମନ୍ତେ ଶୁକ୍ରବାର ଚୟନ କମିଟିର ବୈଠକ ବସିବ। ଏହାପରେ ଯାଇ ସ୍ଥିତି ସ୍ପଷ୍ଟ ହେବ। ୩୫ ବର୍ଷୀୟ ଅଭିଜ୍ଞ ଦୀନେଶ କାର୍ତ୍ତିକ ଦଳରେ ସାମିଲ ରହିବେ ବୋଲି ଆଶା କରାଯାଉଛି। ଆସନ୍ତା ଅକ୍ଟୋବରରେ ପନ୍ତ ୨୨ ବର୍ଷରେ ପଦାର୍ପଣ କରିବେ। ଆସନ୍ତାବର୍ଷରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ଫଳରେ ନିଜ ପ୍ରଦର୍ଶନକୁ ଶାଣିତ କରିବା ପାଇଁ ପନ୍ତ ଗୋଟିଏ ବର୍ଷ ସମୟ ପାଇବେ। ଅନ୍ୟପଟେ ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ଧୋନୀ ଆହୁରି ଗୋଟିଏ ବର୍ଷ ଖେଳିବେ। ତେଣୁ ସେ ପର୍ଯ୍ୟନ୍ତ ସେ ଅବସର ନେବାକୁ ଚାହାନ୍ତି ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri