Posted inଖେଳ

ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌: ଧାଓ୍ବନଙ୍କ ସ୍ଥାନ ନେଲେ ମୟଙ୍କ

ନୂଆଦିଲ୍ଲୀ,୧୧।୧୨(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନଙ୍କ ବଦଳ ଖେଳାଳି ଭାବେ ଟେଷ୍ଟ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କୁ ବୁଧବାର ସାମିଲ କରାଯାଇଛି। ଧାଓ୍ବନ ଆଣ୍ଠୁ ସମସ୍ୟାରୁ ମୁକୁଳିବାରେ ସଫଳ ହୋଇନାହାନ୍ତି। ଚଳିତ ମାସରେ ଶେଷ ହୋଇଥିବା ସୟଦ ମୁସ୍ତାକ ଅଲି ଟି୨୦ ପ୍ରତିଯୋଗିତା ବେଳେ ଧାଓ୍ବନଙ୍କ ଆଣ୍ଠୁରେ କ୍ଷତ ହୋଇଥିଲା। ଧାଓ୍ବନଙ୍କ ଷ୍ଟିଚ୍‌ ଖୋଲାଯାଇଛି ଓ ତାଙ୍କ କ୍ଷତ ଧୀରେ ଧୀରେ ଠିକ୍‌ ହେବାରେ ଲାଗିଛି। ତାଙ୍କୁ ସମ୍ପୂର୍ଣ୍ଣ ଫିଟ୍‌ ହେବା ପାଇଁ ଆହୁରି ସମୟ ଦରକାର ବୋଲି ବିସିସିଆଇ ମେଡିକାଲ ଦଳ ଅନୁଭବ କରିଥିବା ବିସିସିଆଇ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ତାଙ୍କ ବଦଳରେ ମୟଙ୍କ ଅଗ୍ରଓ୍ବାଲଙ୍କୁ ସର୍ବଭାରତୀୟ ଚୟନ କମିଟି ଚୟନ କରିଥିବା ଏଥିରେ କୁହାଯାଇଛି। ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ଟି ଦିନିକିଆ ମ୍ୟାଚ୍‌ ଯଥାକ୍ରମେ ଚେନ୍ନାଇ (୧୫ ତାରିଖ), ବିଶାଖାପଟନମ(୧୮ରେ) ଓ କଟକ (୨୨ରେ)ଠାରେ ଖେଳାଯିବ। ରଣଜୀ ଟ୍ରଫିରେ ତାମିଲନାଡୁ ବିପକ୍ଷରେ ଖେଳୁଥିବା ଅଗ୍ରଓ୍ବାଲ ଚେନ୍ନାଇ ମ୍ୟାଚ୍‌ ପୂର୍ବରୁ ଦଳରେ ଯୋଗଦେବେ। ତେବେ ଦଳରେ ଓପନିଂ ପାଇଁ ଲୋକେଶ ରାହୁଲ ଓ ରୋହିତ ଶର୍ମା ଥିବାରୁ ଅଗ୍ରଓ୍ବାଲଙ୍କୁ ଦିନିକିଆ ପଦାର୍ପଣ ଲାଗି ଅପେକ୍ଷା କରିବାକୁ ପଡ଼ିପାରେ। ୨୮ ବର୍ଷୀୟ ବେଙ୍ଗାଲୁରୁ ବ୍ୟାଟ୍ସମ୍ୟାନ କ୍ୟାରିୟରରେ ୯ ଟେଷ୍ଟ ଖେଳି ୮୭୨ ରନ୍‌ କରିଛନ୍ତି। ଏଥିରେ ୩ ଶତକ ଓ ସମାନସଂଖ୍ୟକ ଅର୍ଦ୍ଧଶତକ ରହିଛି।
ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା (ଉପଅଧିନାୟକ), ମୟଙ୍କ ଅଗ୍ରଓ୍ବାଲ, ଲୋକେଶ ରାହୁଲ, ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ରିଷଭ ପନ୍ତ (ଉଇକେଟକିପର), ଶିଭମ ଦୁବେ, କେଦାର ଯାଦବ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଦୀପକ ଚହର, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri