Posted inଖେଳ

ଓ୍ବେଷ୍ଟଇଣ୍ଡିଜ ରିଜର୍ଭ ଲିଷ୍ଟରେ ବ୍ରାଭୋ, ପୋଲାର୍ଡ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଲାଗି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ରବିବାର ୧୦ ରିଜର୍ଭ ଖେଳାଳିଙ୍କ ନାମ ପ୍ରକାଶ ପାଇଛି। ଏହି ତାଲିକାରେ ଅବସର ନେଇସାରିଥିବା ଅଲ୍‌ରାଉଣ୍ଡର ଡ୍ବେନ୍‌ ବ୍ରାଭୋଙ୍କ ସହ କିରନ ପୋଲାର୍ଡ ସ୍ଥାନ ପାଇଛନ୍ତି। ବ୍ରାଭୋ ଗତବର୍ଷ ଅକ୍ଟୋବରରେ ଅବସର ନେଇସାରିଥିବାବେଳେ ପୋଲାର୍ଡ ଶେଷଥର ପାଇଁ ୨୦୧୬ ଅକ୍ଟୋବରରେ ଦିନିକିଆ କ୍ରିକେଟରେ ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଆଇପିଏଲ୍‌ ଦଳ ଚେନ୍ନାଇ ସୁପର୍‌ କିଙ୍ଗ୍ସର ଷ୍ଟାର୍‌ ଅଲ୍‌ରାଉଣ୍ଡର ବ୍ରାଭୋ ମଧ୍ୟ ୨୦୧୪ ଅକ୍ଟୋବରରେ ନିଜର ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ସେହିଭଳି ୨୦୧୬ ସେପ୍ଟେମ୍ବରରେ ପାକିସ୍ତାନ ବିପକ୍ଷ ଅନୁଷ୍ଠିତ ଟି୨୦ ଜାତୀୟ ଦଳ ପକ୍ଷରୁ ତାଙ୍କର ଅନ୍ତିମ ମ୍ୟାଚ୍‌ ଥିଲା। ବୋର୍ଡ ସହିତ ପାଉଣା ବିବାଦକୁ ନେଇ ମତାନ୍ତର ହେବାରୁ ୨୦୧୪ରେ ବ୍ରାଭୋଙ୍କ ନେତୃତ୍ୱରେ ଓ୍ବେଷ୍ଟଇଣ୍ଡିଜ ଦଳ ଭାରତ ଗସ୍ତ ଅଧାରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିଲା। ସେବେଠାରୁ ଜାତୀୟ କ୍ରିକେଟ୍‌ ବୋର୍ଡ ଓ ବ୍ରାଭୋଙ୍କ ମଧ୍ୟରେ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିଲା।
ପୋଲାର୍ଡ ୨୦୧୬ରେ ପାକିସ୍ତାନ ବିପକ୍ଷରେ ନିଜର ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ସେହିଭଳି ଗତବର୍ଷ ନଭେମ୍ବରରେ ଭାରତ ବିପକ୍ଷ ଟି୨୦ ତାଙ୍କର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌ ଥିଲା। ବିଶ୍ୱକପ୍‌ ଲାଗି ଘୋଷିତ ରିଜର୍ଭ ଖେଳାଳି ଲିଷ୍ଟରେ ଅନ୍ୟମାନଙ୍କ ମଧ୍ୟରେ ସୁନୀଲ ଆମ୍ବ୍ରିସ, ଜନ୍‌ କ୍ୟାମ୍ପ୍‌ବେଲ, ଜୋନାଥନ କାର୍ଟର, ରୋଷ୍ଟନ ଚେଜ୍‌, ଶେନ୍‌ ଡାର୍‌ଓ୍ବିଚ, କେମୋ ପଲ୍‌, ଖାରୀ ପିୟର ଓ ରୟମନ ରେଇଫର୍‌ ସ୍ଥାନ ପାଇଛନ୍ତି। ‘ବିଶ୍ୱକପ୍‌ ମଝିରେ ଯଦି ଖେଳାଳି ବଦଳ ଆବଶ୍ୟକ ହୁଏ, ତେବେ ଏମାନଙ୍କ ମଧ୍ୟରୁ ଚୟନ କରାଯିବ’ ବୋଲି ସିଡବ୍ଲ୍ୟୁଆଇ ଚୟନ କମିଟିର ଅନ୍ତରୀଣ ଅଧ୍ୟକ୍ଷ ରବର୍ଟ ହେନ୍ସ କହିଛନ୍ତି। ଇଂଲଣ୍ଡର ସାଉଥ୍‌ହମ୍ପଟନ୍‌ଠାରେ ରବିବାରଠାରୁ ଓ୍ବେଷ୍ଟଇଣ୍ଡିଜ ଏହାର ପ୍ରସ୍ତୁତି କ୍ୟାମ୍ପ୍‌ ଆରମ୍ଭ କରିଛି। ଆସନ୍ତା ୨୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ଓ୍ବେଷ୍ଟଇଣ୍ଡିଜ ଏକ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ସେହିଭଳି ମେ ୩୧ରେ ପାକିସ୍ତାନ ବିପକ୍ଷରୁ ଓ୍ବେଷ୍ଟଇଣ୍ଡିଜ ଏହାର ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri