ଓୟୁଏଟିରେ ସମୀକ୍ଷା ବୈଠକ: ଜଳବାୟୁକୁ ସୁହାଇଲା ଭଳି ବିହନ ସୃଷ୍ଟି କର

ଭୁବନେଶ୍ୱର,୧।୮(ବ୍ୟୁରୋ): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ଯୋଗୁ କୃଷି କାର୍ଯ୍ୟରେ ମଧ୍ୟ ତଦ୍‌ନୁଯାୟୀ ପରିବର୍ତ୍ତନ ଆଣିବା ଆବଶ୍ୟକ। ଗବେଷଣା ଦ୍ବାରା ନୂଆ କିସମର ବିହନ ସୃଷ୍ଟି କରିବା ଓ ଏହାକୁ ବ୍ୟବହାର କରିବା ଦିଗରେ କୃଷକମାନଙ୍କୁ ପ୍ରବର୍ତ୍ତାଇବାର ଆବଶ୍ୟକ ରହିଛି। ଜଳବାୟୁକୁ ଖାପଖୁଆଇବା ଭଳି ବିହନ ଓ କମ୍‌ ଦିନରେ ଅମଳ ହୋଇପାରୁଥିବା ବିହନ ସୃଷ୍ଟି କରିବାକୁ ପଡ଼ିବ ବୋଲି କୃଷି ଓ କୃଷକ ସଶକ୍ତୀକରଣ ତଥା ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ବୁଧବାର ସମୀକ୍ଷା ବୈଠକ ଓ ଅଧ୍ୟାପିକା ଅଧ୍ୟାପକମାନଙ୍କ ସହିତ ମତବିନିମୟ କରିବା ଅବସରରେ ମନ୍ତ୍ରୀ ଏହା କହିଛନ୍ତି। କୃଷି କ୍ଷେତ୍ରରେ ଅଧିକ ନିଯୁକ୍ତି ସୃଷ୍ଟିର ସୁଯୋଗ ରହିଛି। ଯୁବପିଢ଼ି ଏହାର ସଦୁପଯୋଗ କଲେ ରାଜ୍ୟରେ ଅଧିକରୁ ଅଧିକ କୃଷି ଉଦ୍ୟୋଗୀ ସୃଷ୍ଟି ହୋଇପାରିବେ ଏବଂ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ। ୨୦୦୦ ମସିହାଠାରୁ ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ ବହୁଗୁଣା ବୃଦ୍ଧି ପାଇଛି। ତେବେ ବଜାର ଚାହିଦାକୁ ଲକ୍ଷ୍ୟ କରି ଅଧିକ ପନିପରିବା, ଦୁଗ୍ଧ ଏବଂ ଅଣ୍ଡା ଉତ୍ପାଦନ କରିବାର ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀଙ୍କ ୫ ‘ଟି’ ମନ୍ତ୍ରକୁ ଆଧାର କରି ନିଷ୍ଠାର ସହିତ କାର୍ଯ୍ୟ କଲେ ବିଶ୍ବବିଦ୍ୟାଳୟ ଏକ ଉତ୍କର୍ଷ କେନ୍ଦ୍ରରେ ପରିଣତ ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି। ପ୍ରାରମ୍ଭରେ ବିଶ୍ବବିଦ୍ୟାଳୟର କୁଳପତି ଡ. ପବନ କୁମାର ଅଗ୍ରଓ୍ବାଲ ବିଶ୍ବବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ କହିବା ସହ ରାଜ୍ୟରେ କୃଷିର ବିକାଶରେ ବିଶ୍ବବିଦ୍ୟାଳୟର ଭୂମିକା ସମ୍ପର୍କରେ ଅବଗତ କରାଇଥିଲେ। କୃଷି ଓ ଖାଦ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ଏମ୍‌. ମୁଥୁ କୁମାର ବିଭିନ୍ନ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri