ଓୟୁଏଟି ପ୍ରବେଶିକା ପରୀକ୍ଷାରେ ଅବହେଳା ଅଭିଯୋଗ: ଖରାରେ ଛିଡ଼ା ହେବାରୁ ଅଭିଭାବକ-କର୍ତ୍ତୃପକ୍ଷ ମୁହାଁମୁହିିଁ

ବ୍ରହ୍ମପୁର ଅଫିସ,୨୦ା୫-ଗୋପାଳପୁର ରୋଡ ତଥା ଡୁରା ନିକଟସ୍ଥ ବ୍ରହ୍ମପୁର ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ବିଏସ୍‌ଇଟି)ରେ ରବିବାର ଉତ୍ତେଜନା ଦେଖାଦେଇଛି। ବିଏସ୍‌ଇଟିରେ ଓୟୁଏଟି ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ଦୀର୍ଘ ସମୟ ଧରି ଖରାରେ ଛିଡା କରାଯିବାକୁ ନେଇ ଅଭିଭାବକ ଓ କଲେଜ କର୍ତ୍ତୃପକ୍ଷଙ୍କ ମଧ୍ୟରେ ମୁହାଁମୁହିିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ କିଛି ସମୟ ଧରି ଅଭିଭାବକ ଓ କଲେଜ କର୍ତ୍ତୃପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ପରୀକ୍ଷାର୍ଥୀଙ୍କୁ ହଲ ମଧ୍ୟକୁ ଛଡା ଯିବାରୁ ପରିସ୍ଥିତି ଶାନ୍ତ ପଡିଥିବା ଜଣାପଡିଛି।

କହିବା ପ୍ରକାରେ, ରବିବାର ଗୋପାଳପୁର ରୋଡ ତଥା ଡୁରା ସ୍ଥିତ ବିଏସ୍‌ଇଟି କଲେଜରେ ଓୟୁଏଟି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷା ଦେବାକୁ ସକାଳୁ ବିଭିନ୍ନ ସ୍ଥାନରୁ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ସେଠାରେ ପହଞ୍ଚିଥିଲେ। ପୂର୍ବାହ୍ନ ୯.୩୦ରେ ପରୀକ୍ଷା କେନ୍ଦ୍ର ମୁଖ୍ୟ ଫାଟକରେ ପରୀକ୍ଷାର୍ଥୀଙ୍କୁ ଏଣ୍ଟ୍ରି କରାଯାଇଥିଲା। କିନ୍ତୁ ହଲ ମଧ୍ୟକୁ ସେମାନଙ୍କୁ ପ୍ରବେଶ କରା ନ ଯିବାରୁ ସେମାନେ କ୍ୟାମ୍ପସ ପରିସରରେ ଖରାରେ ସିଝିଥିଲେ।ତେବେ ଖରାଯୋଗୁ ପରୀକ୍ଷାର୍ଥୀଙ୍କୁ ହଲ ମଧ୍ୟକୁ ଛାଡିବାକୁ ଅଭିଭାବକମାନେ ଅନୁରୋଧ କରିଥିବା ବେଳେ କର୍ତ୍ତୃପକ୍ଷ ଏଥିପ୍ରତି ଗୁରୁତ୍ୱ ଦେଇ ନ ଥିଲେ। ଫଳରେ ଅଭିଭାବକ କର୍ତ୍ତୃପକ୍ଷଙ୍କ ମଧ୍ୟରେ କଥା କଟାକଟି ସହ ମୁହାଁମୁହିିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତୁରନ୍ତ ହଲ ମଧ୍ୟ ପରୀକ୍ଷାର୍ଥୀଙ୍କୁ ଛଡାଯିବାକୁ ନେଇ ଅଭିଭାବକମାନେ କର୍ତ୍ତୃପକ୍ଷଙ୍କ ସହ ପାଟିତୁଣ୍ଡ କରିଥିଲେ।

ତେବେ କିଛି ସମୟ ବଚସା ପରେ ପରୀକ୍ଷାର୍ଥୀଙ୍କୁ ହଲ ମଧ୍ୟକୁ ପ୍ରବେଶ କରିବା କର୍ତ୍ତୃପକ୍ଷ ଅନୁମତି ଦେଇଥିଲେ।
ଏହାପରେ ପରସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri