ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ଧରାପଡ଼ିବା ପରେ ଏହା ପଛରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏ ନେଇ ଅଧିକ ଖୋଳତାଡ଼ କରିବା ଲାଗି ଗିରଫ ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡ ନେବାକୁ ଖଣ୍ଡଗିରି ପୋଲିସ ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରିଥିଲା। ତେବେ ଶନିବାର କୋର୍ଟ ଅଭିଯୁକ୍ତମାନଙ୍କୁ ୨ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି। ଏହାପରେ ପୋଲିସ ସେମାନଙ୍କୁ ପଚରାଉଚରା କରି ର଼୍ୟାକେଟର ପର୍ଦ୍ଦାଫାଶ କରିବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତ ରବିବାର ଓୟୁଏଟି ପ୍ରବେଶିକା ପରୀକ୍ଷା ଥିଲା। ଖଣ୍ଡଗିରି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ରାଜସ୍ଥାନର ଆଦର୍ଶ ଚୌଧୁରୀ ନାମକ ଜଣେ ଯୁବକ ପୁରୀ ଗୋପ ଅଞ୍ଚଳର ଯୁଧିଷ୍ଠିର ମଲ୍ଲିକଙ୍କ ନାମରେ ପରୀକ୍ଷା ଦେଉଥିଲେ। ମାତ୍ର ପରୀକ୍ଷା ଦେବା ସମୟରେ ସେ ଯୁଧିଷ୍ଠିର ନାମ ଲେଖିବା ପରିବର୍ତ୍ତେ ନିଜ ନାମକୁ ଭୁଲ୍‌ରେ ଲେଖି ଦେଇଥିଲେ। ଫଳରେ ପରୀକ୍ଷା ହଲ୍‌ରେ ଥିବା ଇନ୍‌ଭିଜିଲେଟରଙ୍କ ସନ୍ଦେହ ହୋଇଥିଲା। ସେ ଆଡ୍‌ମିଟ୍‌ କାର୍ଡରେ ଥିବା ଫଟୋ ଓ ପରୀକ୍ଷା ଦେଉଥିବା ଆଦର୍ଶଙ୍କ ଚେହେରାକୁ ଦେଖି ଅଲଗା ବୋଲି ଜାଣିବାକୁ ପାଇଥିଲେ। ଏ ନେଇ ସେ ତୁରନ୍ତ ଖଣ୍ଡଗିରି ପୋଲିସକୁ ଜଣାଇଥିଲେ। ପୋଲିସ ତାଙ୍କୁ ଥାନାକୁ ଆଣି ପଚରାଉଚରା କରିବା ପରେ ସେ ନକଲି ପରୀକ୍ଷାର୍ଥୀ ବୋଲି ସ୍ପଷ୍ଟ ହୋଇଥିଲା। ତାଙ୍କ ବୟାନ ଆଧାରରେ ଅନ୍ୟ ସେଣ୍ଟରରେ ପରୀକ୍ଷା ଦେଉଥିବା ଝାଡଖଣ୍ଡର ଅମିତ କୁମାର ସିଂ ଓ ବିହାରର ଅମିୟ ଭୂଷଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ ଅଧିକ ପଚରାଉଚରା କରିବା ପରେ ଏହା ପଛରେ ଏକ ର଼୍ୟାକେଟ କାମ କରୁଥିବା ଏବଂ ଏଥିଲାଗି ଲକ୍ଷ ଲକ୍ଷ ଟଙ୍କା ଡିଲ୍‌ ହୋଇଥିବା ପୋଲିସ ଜାଣିବାକୁ ପାଇଥିଲା। ଡିଲ୍‌ କରାଯାଇଥିବା ହୋଟେଲ୍‌ରେ ପୋଲିସ ଚଢ଼ାଉ କରି ନୟାପଲ୍ଲୀ ଅଞ୍ଚଳର ରଞ୍ଜିତ କୁମାର ବେଉରାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri