ଓୟୁଏଟି ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଭୁବନେଶ୍ୱର,୨୫ା୩ (ବ୍ୟୁରୋ): କୋଭିଡ୍‌-୧୯ର ସଂକ୍ରମଣକୁ ଏଡ଼ାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାମ୍ପ୍ରତିକ ଏପରି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଘରୋଇ ହୋଟେଲ ଓ ସରକାରୀ କୋଠାଗୁଡ଼ିକୁରେ ଆପାତକାଳୀନ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ଓୟୁଏଟିର ହଷ୍ଟେଲଗୁଡ଼ିକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର କରାଯିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବୁଧବାର ପ୍ରକାଶ କରିଛି। ବିଏମ୍‌ସି ଦ୍ୱାରା ପ୍ରକାଶ ପାଇଥିବା ଚିଠି ସଂଖ୍ୟା ୧୦୩୨୦ରେ ଓୟୁଏଟି ହଷ୍ଟେଲ ନଂ. ୧, ୨, ୩, ୫, ୬, ୭, ୮, ୧୦ ଓ ୧୧ରେ କ୍ୱାରାଣ୍ଟାଇନ ସେଣ୍ଟର କରାଯିବ ବୋଲି ଉଲ୍ଲେଖ ରହିଛି। ଓୟୁଏଟି କର୍ତ୍ତୃପକ୍ଷଙ୍କ ସହ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ଆଲୋଚନା କରିବା ପରେ ସେଠାରେ ଏହି ସେଣ୍ଟର କରିବାକୁ ଓୟୁଏଟି ସହମତି ପ୍ରକାଶ କରିଥିବା ବିଏମ୍‌ସି ପକ୍ଷରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଦେଶରେ କୋଭିଡ-୧୯ର ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚତ୍ଥିବା ବେଳେ ୫୫୦ରୁ ଊର୍ଦ୍ଧ୍ୱ ଲୋକେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସାଧନ ଓ ଲୋକବଳର ଅଭାବ ଥିବାରୁ କିପରି ଅଧିକରୁ ଅଧିକ କ୍ୱାରାଣ୍ଟାଇନ୍‌ ସେଣ୍ଟର କରାଯାଇ ସଂକ୍ରମିତ ଲୋକଙ୍କୁ ଭଲ କରିହେବ ସେଥିପ୍ରତି ପ୍ରଶାସନ ତପତ୍ରତା ଦେଖାଇଛି। ଏହି ମର୍ମରେ ବିଏମ୍‌ସି ପ୍ରତ୍ୟେକ ୱାର୍ଡରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲିବା ସହ ଘରୋଇ ହୋଟେଲଗୁଡ଼ିକରେ ମଧ୍ୟ ସେଣ୍ଟର ସୁବିଧା ଉପଲବ୍ଧ କରାଇଛି। ବର୍ତ୍ତମାନ ସୁଦ୍ଧା ବିଏମ୍‌ସି ୯ ଘରୋଇ ହୋଟେଲରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?