ଓୟୁଜେର ୪୮ତମ ପ୍ରତିଷ୍ଠା ଦିବସ ସମାରୋହ: ସାମ୍ବାଦିକଙ୍କ ସୁରକ୍ଷା ଲାଗି ସମ୍ମିଳିତ ପ୍ରୟାସ ହେବ

ଭୁବନେଶ୍ୱର,୨୩ା୧୨ (ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏଥିଲାଗି ସମ୍ମିଳିତ ପ୍ରୟାସ ହେବ। ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଖୁବଶୀଘ୍ର ଏକ ମିଳିତ ବୈଠକ ବସିବାର ଆବଶ୍ୟକତା ରହିଛି ବୋଲି ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ)ର ୪୮ତମ ପ୍ରତିଷ୍ଠା ଉତ୍ସବରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।
ରବିବାର ସ୍ଥାନୀୟ ଇଡ଼୍‌କଲ୍‌ ଅଡିଟୋରିୟମରେ ଅନୁଷ୍ଠିତ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଦାସ କହିଲେ, ସାମ୍ବାଦିକଙ୍କ ପକ୍ଷରୁ ଉପସ୍ଥାପିତ ବିଭିନ୍ନ ଦାବି ସମ୍ପର୍କରେ ରାଜ୍ୟ ସରକାର ଅନୁଧ୍ୟାନ କରୁଛନ୍ତି। ଖୁବଶୀଘ୍ର ସବୁ ପକ୍ଷ ସହ ଆଲୋଚନା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ସମ୍ମାନିତ ଅତିଥି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର କହିଲେ, ଖବରଦାତାମାନେ ପ୍ରକୃତ ତଥ୍ୟକୁ ବିକୃତ ନ କରି ନିଚ୍ଛକ ଖବର ପରିବେଷଣ କରନ୍ତୁ। ସମ୍ପ୍ରତି ସାମ୍ବାଦିକତା କ୍ଷେତ୍ରରେ ନକଲିଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଏହା ଉପରେ ଅଙ୍କୁଶ ଲାଗିବାର ଆବଶ୍ୟକତା ରହିଥିବା ସେ କହିଥିଲେ।
ଓୟୁଜେ ସଭାପତି ପ୍ରସନ୍ନ ମହାନ୍ତି ସମାରୋହରେ ଅଧ୍ୟକ୍ଷତା କରି ସାମ୍ବାଦିକଙ୍କ ବୀମା ରାଶିକୁ ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ସାମ୍ବାଦିକ ପେନ୍‌ସନ୍‌ ଯୋଜନା ଲାଗୁ କରିବା ଓ ରାଜ୍ୟରେ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରିବାକୁ ଦାବି କରିଥିଲେ। ଏହି ଅବସରରେ ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉଭୟ ମନ୍ତ୍ରୀଙ୍କୁ ୫ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଖବରଦାତା ନିମାଇଁ ଚରଣ ମହାନ୍ତିଙ୍କୁ ଓୟୁଜେ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିଭଳି ଖବରଦାତା ବିଭୂତି ବିଶ୍ୱାଳ, ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ହଳଧର ଧିର ଓ ଶିଶିର କୁମାର ଦାସ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ। ଓୟୁଜେ ସାଧାରଣ ସମ୍ପାଦକ ଅଶୋକ କୁମାର ନନ୍ଦ ବିବରଣୀ ପାଠ କରିଥିଲେ। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରାୟ ଏକ ହଜାରରୁ ଅଧିକ ସଦସ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?