ଔଦ୍ୟୋଗିତ ଉତ୍ପାଦନ, ମୁଦ୍ରାସ୍ଫୀତି ବୃଦ୍ଧି

ନୂଆଦିଲ୍ଲୀ,୧୩-୬: ଖଣି ଓ ବିଜୁଳି ଉତ୍ପାଦନରେ ସୁଧାର ହେବା କାରଣରୁ ଏପ୍ରିଲରେ ଔଦ୍ୟୋଗିକ ଉପତ୍ାଦନ ବିକାଶ ହାର ୩.୪% କୁ ବୃଦ୍ଧି ପାଇଛି, ଯାହା କି, ୬ ମାସର ସର୍ବୋଚ୍ଚ ସ୍ତର କୁହାଯାଉଛି। ଅନ୍ୟପକ୍ଷରେ ମେ’ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୩.୦୫%କୁ ବୃଦ୍ଧି ପାଇଛି, ଯାହା କି, ୭ ମାସର ସର୍ବୋଚ୍ଚ ସ୍ତର ରହିଛି। ସିଏସ୍‌ଓ ପକ୍ଷରୁ ବୁଧବାର ଜାରି ପରିସଂଖ୍ୟାନ ଅନୁଯାୟୀ, ୨୦୧୮ ଏପ୍ରିଲରେ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ(ଆଇଆଇପି) ୪.୫% ରହିଥିଲା। ଖଣି ଖନନ କ୍ଷେତ୍ରର ଉତ୍ପାଦନ ୫.୧% ବୃଦ୍ଧି ପାଇଛି। ପୂର୍ବ ବର୍ଷର ସମାନ ଅବଧିରେ ଏହା ୩.୮% ରହିଥିଲା। ଆଲୋଚ୍ୟ ଅବଧିରେ ବିଜୁଳି ଉତ୍ପାଦନ ୬% ବଢ଼ିଛି। ଗତବର୍ଷ ଏହା ୨.୧% ଥିଲା। ତେବେ ମାନୁଫାକ୍‌ଚରିଂ କ୍ଷେତ୍ର ଧିମା ପଡିଯାଇଛି। ଏଥିପୂର୍ବରୁ ଗତବର୍ଷ ଅକ୍ଟୋବରରେ ଔଦ୍ୟୋଗିକ ଉତ୍ପାଦନ ସର୍ବୋଚ୍ଚ ସ୍ତର ୮.୪% ଥିଲା। ସେହିପରି ଖାଦ୍ୟପଦାର୍ଥ ମୂଲ୍ୟ ବୃଦ୍ଧି କାରଣରୁ ଖୁଚୁରା ମୁଦ୍ରାସ୍ଫୀତି ମେ’ରେ ବୃଦ୍ଧି ପାଇଛି। ସିଏସ୍‌ଓର ତଥ୍ୟ ଅନୁଯାୟୀ, ଉପଭୋକ୍ତା ମୂଲ୍ୟ ସୂଚକାଙ୍କ(ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ଏପ୍ରିଲରେ ୨.୯୯% ରହିଥିଲା। ସଦ୍ୟତମ ପରିସଂଖ୍ୟାନ ଅନୁଯାୟୀ, ଖାଦ୍ୟ ମୁଦ୍ରାସ୍ଫୀତି ମେ’ରେ ୧.୮୩% ରହିଥିଲା। ଏହା ଏପ୍ରିଲର ୧.୧% ତୁଳନାରେ ଅଧିକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri