ଔଷଧ ବିତରକଙ୍କୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ହସ୍ପିଟାଲଗୁଡିକୁ ଔଷଧ ଏବଂ ମେଡିକାଲ ସାମଗ୍ରୀ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ନିର୍ଦ୍ଧାରିତ ସମୟଠାରୁ ଶୀଘ୍ର ଔଷଧ ଯୋଗାଇଲେ ବିତରକ ସଂସ୍ଥାମାନଙ୍କୁ ପ୍ରୋତ୍ସାହନ ମିଳିବ ବୋଲି ସରକାର ଘୋଷଣା କରିଥିବା ବୁଧବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ସେ କହିଛନ୍ତି, ସପ୍ତାହକ ମଧ୍ୟରେ ଯୋଗାଣ ପାଇଁ ୫୦ ପ୍ରତିଶତ ଅଧିକ ଅର୍ଥ ଦିଆଯିବ। ସେହିପରି ୧୫ଦିନ ମଧ୍ୟରେ ଯୋଗାଣ ପାଇଁ ୨୫ ପ୍ରତିଶତ ଓ ମାସକ ମଧ୍ୟରେ ଯୋଗାଣ ପାଇଁ ୧୦ ପ୍ରତିଶତ ଅତିରିକ୍ତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଅନୁରୂପ ଭାବେ ଉପକରଣ ବାବଦରେ ସମସ୍ତ ପରିବହନ ଖର୍ଚ୍ଚ ଓ ପ୍ରାପ୍ୟ ୨୪ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ। କରୋନା ମୁକାବିଲା ପାଇଁ ବିଭିନ୍ନ ମେଡିକାଲରେ ଔଷଧ ମହଜୁଦ ଉପରେ ଗୁରୁତ୍ୱ ଦିଆଯାଉଛି। ଡାକ୍ତରମାନେ ଅହରହ ମେଡିକାଲରେ ସେବା ଯୋଗାଇ ଆସୁଛନ୍ତି। ଆଉ ଏଭଳି ସ୍ଥିତିରେ ମେଡିକାଲରେ ଔଷଧ ଯୋଗାଣ ପ୍ରକ୍ରିୟାକୁ ଅଧିକ ସକ୍ରିୟ କରିବା ପାଇଁ ବିତରକମାନଙ୍କୁ ପୁରସ୍କାର ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ବାଗ୍‌ଚୀ କହିଛନ୍ତି। ଓଡ଼ିଶାର ଶିଳ୍ପୋଦ୍ୟୋଗଗୁଡ଼ିକୁ ଆବଶ୍ୟକ ମେଡିକାଲ ଉପକରଣ ଯଥା ପୋର୍ଟେବୁଲ୍‌ ଭେଣ୍ଟିଲେଟର, ମାସ୍କ ଏବଂ ସାନିଟାଇଜର ଇତ୍ୟାଦି ପ୍ରଦାନ କରିବାକୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ୍‌ ଫାର୍ମର୍ସ ଫଟିଲାଇଜର କୋପରେଟିଭ୍‌ (ଇଫ୍‌କୋ) ଏ ଦିଗରେ ପ୍ରଥମେ ପଦକ୍ଷେପ ନେଇ ଆବଶ୍ୟକ ମେଡିକାଲ ଉପକରଣ ଯୋଗାଇଛନ୍ତି ବୋଲି ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri