ଜୋର ଧରିଲା ପିସିସି ସଭାପତି ହଟାଅ ରାଜନୀତି: ପାନ୍ଥନିବାସରେ କଂଗ୍ରେସ ନେତାଙ୍କ ମେଳି, ମୋକିମ୍‌ଙ୍କୁ ଦାୟିତ୍ୱ ଦେବା ନେଇ ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ ନେତୃତ୍ୱରେ ସ୍ଥାନୀୟ ପାନ୍ଥନିବାସ ପରିସରରେ ବୁଧବାର ବସିଥିବା ବୈଠକରେ ସଭାପତି ହଟାଅ ଅଭିଯାନ ତିବ୍ର ହୋଇଥିବା ନେଇ ସୂଚନା ମିଳିଛି।

ରାଜ୍ୟରେ ହୋଇଥିବା ୨ଟି ଉପନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ଏପରିକି ଦଳ ବିରୋଧୀ ଦଳ ହେବାର ମାନ୍ୟତା ହରାଇଛି। ଏଥିଯୋଗୁ ପିସିସିରେ ନବକଳେବର ହେବା ଜରୁରୀ। ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସଭାପତି ଦାୟିତ୍ୱ ଦିଆଯିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଆସନ୍ତା ସପ୍ତାହରେ ଏକ ଟିମ୍‌ ଦିଲ୍ଲୀ ଯାଇ ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ଦାବି ଜଣାଇବ ବୋଲି ଚର୍ଚ୍ଚା ହେଉଥିବା ବେଳେ ମହମ୍ମଦ ମୋକିମ୍‌ ଏହି ସଭା ବିଷୟରେ କିଛି ଜାଣି ନ ଥିବା ସୂଚନା ମିଳିଛି।

ଦୀପାବଳି ପରେ ନିରଞ୍ଜନ ପିସିସି ପୁର୍ନଗଠନ କରିବେ ବୋଲି ଯୋଜନା କରିଥିଲେ। ହେଲେ ଏବେ ସେପରି ହେବା ଭଳି ମନେ ହେଉନାହିଁ। ଏହାକୁ ପଣ୍ଡ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ନିରଞ୍ଜନ ଦଳକୁ ସଠିକ୍‌ ନେତୃତ୍ୱ ଦେଇପାରୁ ନ ଥିବା ନେତାମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri