ଢେଙ୍କାନାଳ ଅଫିସ, ୧୭।୪ – କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଢେଙ୍କାନାଳ ଜିଲା କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଦଳପକ୍ଷରୁ ଜିଲାସ୍ତରୀୟ କୋଭିଡ୍-୧୯ ଆକ୍ସନ ଗ୍ରୁପ୍ ଗଠିତ ହୋଇଛି। ଡା. ତୁଷାରକାନ୍ତି ନାୟକଙ୍କୁ ଜିଲା ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ସେହିପରି ଢେଙ୍କାନାଳ ପୌରାଞ୍ଚଳ ସଂଯୋଜକ ଭାବେ ଶିଳ୍ପୀ ହରିଚନ୍ଦନ, ସଦର ବ୍ଲକ ସଂଯୋଜକ ଭରତ ସାମଲ, ହିନ୍ଦୋଳ ବ୍ଲକ ପାଇଁ ପର୍ଶୁରାମ ଗଡନାୟକ, ଏନ୍ଏସି ପାଇଁ ରସାନନ୍ଦ ବେହେରା, ଓଡ଼ାପଡ଼ା ବ୍ଲକ ପାଇଁ କରୁଣାକର ବେହେରା, ଗଁଦିଆ ବ୍ଲକ ପାଇଁ ଶେଷଦେବ ମହାପାତ୍ର, କଙ୍କଡ଼ାହାଡ଼ ବ୍ଲକ ପାଇଁ ନଗେଶ ଚନ୍ଦ୍ର ପଣ୍ଡା, କାମାକ୍ଷାନଗର ଏନ୍ଏସି ପାଇଁ ମନୋଜ କୁମାର ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ କାମାକ୍ଷାନଗର ବ୍ଲକ ପାଇଁ ପ୍ରଭୁଦତ୍ତ ଭଟ୍ଟ, ପରଜଙ୍ଗ ବ୍ଲକ ପାଇଁ ରଣଜିତ ସାହୁଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଜିଲାରେ ଆରମ୍ଭ ହୋଇଥିବା କୋଭିଡ ହସ୍ପିଟାଲରେ ଆକ୍ରାନ୍ତଙ୍କ ଚିକିତ୍ସା, ଆଇସିୟୁ ଓ ଭେଣ୍ଟିଲେଟର ସୁବିଧା, ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ତୁରନ୍ତ ସ୍ବାସ୍ଥ୍ୟ ପରୀକ୍ଷା, ଶଟ୍ଡାଉନ କରାଯାଇଥିବା ଅଞ୍ଚଳରେ ନାଗରିକଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି। ଜରୁରୀ ସମୟରେ ରୋଗୀମାନେ ଡାକ୍ତରଖାନାକୁ ଯିବା ଲାଗି ୧୦୮କୁ ଫୋନ୍ କଲେ ଜବାବ ମିଳୁ ନ ଥିବା ଦଳ ପକ୍ଷରୁ ପ୍ରଶାସନ ନିକଟରେ ଅଭିଯୋଗ ହୋଇଛି। ପ୍ରତି ଥାନା ସହିତ ୧୦ରୁ ୧୫ ଅଟୋରିକ୍ସା ଚାଳକଙ୍କୁ ସଂଯୋଗ କରାଗଲେ ୧୦୦କୁ ଡାଏଲ୍ କରି ରୋଗୀମାନେ ସୁବିଧା ପାଇପାରନ୍ତେ ବୋଲି ଦଳ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିବା ଜିଲା ସଭାପତି ସୁରେଶ ଚନ୍ଦ୍ର ପାଣିଗ୍ରାହୀ, କମିଟି ସଂଯୋଜକ ରୁଦ୍ରପ୍ରକାଶ ଶରଣ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…
ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ
ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…
Archives

