କଂଗ୍ରେସର ୯ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ସବୁ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ବୁଧବାର ଶାସକ ବିଜେଡି ଉପନିର୍ବାଚନ ଦାୟିତ୍ୱ ନେତାଙ୍କ ମଧ୍ୟରେ ବାଣ୍ଟିଥିବା ବେଳେ କଂଗ୍ରେସ ମଧ୍ୟ ନିଜ ରଣନୀତି ପ୍ରସ୍ତୁତ କରିଛି। ବିଜେପୁର ଉପନିର୍ବାଚନର ସୁପରିଚାଳନା କରିବା ନିମନ୍ତେ କଂଗ୍ରେସ ପକ୍ଷରୁ ବିଭିନ୍ନ ବ୍ଲକ ଓ ବିଜ୍ଞାପିତ ଅଞ୍ଚଳ ପାଇଁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ୯ ନେତାଙ୍କ ମଧ୍ୟରେ ଦାୟିତ୍ୱ ବାଣ୍ଟିଛନ୍ତି। ଏହି ପରିପ୍ରେକ୍ଷୀରେ ଗାଇସିଲଟ ବ୍ଲକ ପାଇଁ ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତା ଓ ୨୦୧୯ ସାଧାରଣ ନିର୍ବାଚନରେ ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ହୋଇଥିବା ସମରେନ୍ଦ୍ର ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ବିଜେପୁର ବ୍ଲକ ପାଇଁ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ, ବିଧାୟକ ରମେଶ ଜେନା ଓ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ବିଧାୟକ ସନ୍ତୋଷ ସିଂ ସାଲୁଜା, ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ପ୍ରଦୀପ ଦେବତା ଓ ବରପାଲି ବ୍ଲକ ପାଇଁ ନୀହାର ମହାନନ୍ଦ ଏବଂ ସରୋଜ ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷେ ଦଳ ପାଖରେ ବର୍ତ୍ତମାନ ଟଙ୍କା ନ ଥିବା ପିସିସି ସଭାପତି କହିଛନ୍ତି। ନିରଞ୍ଜନ କହିଛନ୍ତି, ନିକଟରେ ସାଧାରଣ ନିର୍ବାଚନ ହୋଇଥିବାରୁ ଦଳ ପାଖରେ ଟଙ୍କା ନାହିଁ। ଦଳର ବରିଷ୍ଠ ନେତା ଏବଂ ବଦାନ୍ୟ ବ୍ୟକ୍ତି ଅର୍ଥ ଦିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

ଖୁସିରେ ଗଦଗଦ ପାକିସ୍ତାନ! ଟ୍ରମ୍ପଙ୍କ ପରେ ଏହି ଦେଶ କଲା ଖୁବ ପ୍ରଶଂସା

ଇସଲାମାବାଦ,୧୭।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ପାକିସ୍ତାନକୁ ପ୍ରଶଂସା କରି କହିଛନ୍ତି ଯେ ଏହା ସଂଘର୍ଷ ରୋକିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେ ମନ୍ତବ୍ୟ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ପୁଣି ଉଛୁଳିଲା ଟ୍ରମ୍ପଙ୍କ ପାକିସ୍ତାନ ପ୍ରେମ, ଜାଣନ୍ତୁ ଏଥର କ’ଣ କହିଲେ

ଓ୍ବାଶିଂଟନ,୧୭।୪: ଗତ ଦେଢ଼ ମାସ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ବିସ୍ଫୋରକ ସଂଘର୍ଷ ମଧ୍ୟରେ, କୂଟନୈତିକ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଖବର ଏବେ ଛାଣି ହୋଇ ଆସୁଛି। ଆମେରିକା ରାଷ୍ଟ୍ରପତି…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri