Posted inଜାତୀୟ

କଂଗ୍ରେସ କୋର୍‌ କମିଟି ଭାଙ୍ଗିଲା

ନୂଆଦିଲ୍ଲୀ,୧୩ା୬(ଆଇଏଏନ୍‌ଏସ୍‌): ରାହୁଲ ଗାନ୍ଧୀ କଂଗ୍ରେସ ଦଳର ଅଧ୍ୟକ୍ଷ ରହିବେ ବୋଲି ଦଳ ପକ୍ଷରୁ ବୁଧବାର କୁହାଯାଇଛି। ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳର କୋର୍‌ କମିଟିକୁ ଭାଙ୍ଗିଦିଆଯାଇଛି। ବୁଧବାର କୋର୍‌ କମିଟି ସଦସ୍ୟମାନଙ୍କ ବୈଠକରେ ଝାଡଖଣ୍ଡ, ମହାରାଷ୍ଟ୍ର, ହରିୟାଣା ଏବଂ ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ହୋଇଥିଲା। ରାହୁଲ ଦଳର ଅଧ୍ୟକ୍ଷ ଥିଲେ, ଅଛନ୍ତି ଓ ରହିବେ ବୋଲି ଖବରଦାତାମାନଙ୍କ ପ୍ରଶ୍ନର ଉତ୍ତରରେ କଂଗ୍ରେସ ମୁଖପାତ୍ର ରଣଦୀପ୍‌ ସିଂ ସୁର୍ଜଓ୍ବୋଲା କହିଛନ୍ତି। ସୂଚନାଯୋଗ୍ୟ ନିର୍ବାଚନରେ ଦଳର ପରାଜୟ ପରେ ଅଧ୍ୟକ୍ଷ ପଦ ଛାଡିବା ପାଇଁ ରାହୁଲ ଇଚ୍ଛା ପ୍ରକାଶ କରିଥିଲେ। କୋର୍‌ କମିଟି ବୈଠକରେ ମଧ୍ୟ ସେ ଯୋଗ ଦେଇନାହାନ୍ତି। ଏପରିକି ତାଙ୍କ ମାଆ ତଥା ଉପା ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନିଜ ନିର୍ବାଚନ ମଣ୍ଡଳୀ ରାଏବରେଲି ଗସ୍ତରେ ଯାଇଥିବାରୁ ସେ ମଧ୍ୟ କୋର୍‌ କମିଟି ବୈଠକରେ ଯୋଗଦେଇ ନ ଥିଲେ। ବୁଧବାରର ବୈଠକରେ ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏ.କେ. ଆଣ୍ଟୋନୀ ଅଧ୍ୟକ୍ଷତା କରିଥିଲେ।
ଲୋକ ସଭା ନିର୍ବାଚନରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଚାହିଁଥିଲେ ହେଁ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ଉକ୍ତ ପ୍ରସ୍ତାବକୁ ଅଗ୍ରାହ୍ୟ କରିଦେଇଥିଲା। ନିର୍ବାଚନ ପୂର୍ବରୁ ଗଠନ ହୋଇଥିବା ସମସ୍ତ କମିଟିର କାର୍ଯ୍ୟକାଳ ଫଳାଫଳ ବାହାରିବା ସହ ଶେଷ ହୋଇଯାଇଛି। ଏବେ ଦଳରେ କୌଣସି କୋର୍‌ ଗ୍ରୁପ୍‌ ନାହିଁ ବୋଲି ସୁର୍ଜଓ୍ବୋଲା କହିଛନ୍ତି। ପୂର୍ବ କୋର୍‌ ଗ୍ରୁପ୍‌ର ସଦସ୍ୟମାନେ ବୁଧବାର ଅଣଆନୁଷ୍ଠାନିକ ବୈଠକ କରି ଆଗାମୀ ବିଧାନସଭା ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri