Posted inଜାତୀୟ

କଂଗ୍ରେସ ନିକଟରେ ନା ଅଛି ନେତା ନା ନୀତି ନା କୌଣସି ଉଦ୍ଦେଶ୍ୟ: ଭାଜପା

ନୂଆଦିଲ୍ଲୀ,୯।୧୦: କଂଗ୍ରେସର ବରିଷ୍ଠ ନେତା ସଲମାନ ଖୁର୍ସିଦ ଦଳର ବିଜୟକୁ ନେଇ ଯେଉଁ ବୟାନ ଦେଲେ ଏବେ ତାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଟୁଇଟ୍‌ କରି ଭାଜପା କହିଛି କଂଗ୍ରେସ ନିକଟରେ ନା ଅଛନ୍ତି କେହି ନେତା ନା ନୀତି ନା କୌଣସି ନିୟତ ବା ଉଦ୍ଦେଶ୍ୟ। ଭାଜପାର ପ୍ରବକ୍ତା ସମ୍ବିତ ପାତ୍ର କହିଛନ୍ତି ଖୁର୍ସିଦ ଯେଉଁ ବୟାନ ଦେଇଛନ୍ତି ତାହା ସ୍ପଷ୍ଟ କରୁଛି କି ମହାରାଷ୍ଟ୍ରର ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟଲାଭ କରିବ ନାହିଁ। ତେଣୁ ଏବେଠରୁ ଖୁର୍ସିଦ ଏହା ସ୍ବୀକାର କରି ନେଇଛନ୍ତି। ଖୁର୍ସିଦଙ୍କ କଥାରୁ ଯାହା ଲାଗୁଛି ସେ କହିବାକୁ ଚାହୁଁଛନ୍ତି କି ରାହୁଲ ଏବେ କଂଗ୍ରେସ ଛାଡିଦେଲେ, ସୋନିଆ ପ୍ରସ୍ତୁତି ପଥେ ରହିଛନ୍ତି। ତେଣୁ ଏହାର ଅର୍ଥ କଂଗ୍ରେସ ନିକଟରେ ନା ଅଛନ୍ତି କେହି ନେତା ନା ନୀତି ନା କୌଣସି ନିୟତ ବା ଉଦ୍ଦେଶ୍ୟ ବୋଲି ସମ୍ବିତ ଟୁଇଟ୍‌ କରି କହିଛନ୍ତି। ସୂଚନାଯୋଗ୍ୟ, ବୁଧବାର ଖୁର୍ସିଦ କହିଥିଲେ କି କଂଗ୍ରେସର ବର୍ତ୍ତମାନର ସ୍ଥିତି ଯାହା ଅଛି ତାକୁ ଲକ୍ଷ୍ୟ କଲେ ସହଜରେ ଅନୁମାନ କରାଯାଉଛି କି ମହାରାଷ୍ଟ୍ର ଓ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟଲାଭ କରିବାର ସମ୍ଭାବନା କମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri