Posted inଜାତୀୟ

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା:ହରିୟାଣାର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ ରାହୁଲ

ଫରିଦାବାଦ/ନୂଆଦିଲ୍ଲୀ,୨୮।୬ (ପି.ଟି.):ହରିୟାଣାର କଂଗ୍ରେସ ନେତା ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ପ୍ରଦେଶ କଂଗ୍ରେସର ମୁଖପାତ୍ର ଥିବା ବିକାଶ ସେକ୍ଟର ୯ରେ ଥିବା ଏକ ଜିମ୍‌ ନିକଟରେ ନିଜ କାର୍‌କୁ ପାର୍କିଂ କରୁଥିବାବେଳେ ଦୁର୍ବୃତ୍ତମାନେ ଦୁଇପଟୁ ପ୍ରାୟ ୧୫ଟି ଗୁଳିମାଡ଼ କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସର୍ବୋଦୟ ହସ୍ପିଟାଲକୁ ନିଆଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ବିକାଶଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା ବୋଲି ଏସିପି ଜୟବୀର ସିଂ ରାଠି ପ୍ରକାଶ କରିଛନ୍ତି। ଏଭଳି ଘଟଣାକୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ତୀବ୍ର ନିନ୍ଦାକରିବା ସହ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପ୍ରଶ୍ନ ଉଠାଇଛନ୍ତି। ଏସିପି କହିଛନ୍ତି, ସମସ୍ତ ଘଟଣା ସିସିଟିଭି କ୍ୟାମେରାରେ କଏଦ୍‌ ହୋଇ ଅଛି ଓ ଘଟଣାସ୍ଥଳରୁ ୧୨ଟି କାଟ୍ରିଜ୍‌ ଜବତ ହୋଇଛି। ଏହି ହତ୍ୟାକାଣ୍ଡ ଯୋଜନାବଦ୍ଧ ଥିଲା ଓ ଦୁର୍ବୃତ୍ତମାନେ ବିକାଶ କାର୍‌ରେ ଏକୁଟିଆ ଜିମ୍‌ ଯାଉଥିଲେ ବୋଲି ଜାଣିଥିଲେ। ବିକାଶଙ୍କ ବେକ, ଛାତିରେ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ହିଁ ଟଳିପଡ଼ିଥିଲେ ବୋଲି ଏସିପି ପ୍ରକାଶ କରିଛନ୍ତି। ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁକରି ସିସିଟିଭି କ୍ୟାମେରା ଯାଞ୍ଚ କରୁଥିବା ସେ କହିଛନ୍ତି। ଅଭିଯୁକ୍ତଙ୍କୁ ଧରିବା ଲାଗି ଏକାଧିକ ପୋଲିସ ଟିମ୍‌ ଗଠନ କରାଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri