Posted inଜାତୀୟ

କଂଗ୍ରେସ ନେତୃତ୍ୱ ନେବାକୁ ଆଣ୍ଟୋନୀ ମନାକଲେ

ନୂଆଦିଲ୍ଲୀ,୧୫ା୬(ଆଇଏଏନ୍‌ଏସ୍‌): କଂଗ୍ରେସରେ ନେତୃତ୍ୱ ସଙ୍କଟ ଜାରି ରହିଥିବାବେଳେ ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ଏ.କେ. ଆଣ୍ଟୋନୀ ଏବଂ ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଅଧ୍ୟକ୍ଷ ପଦ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଆଣ୍ଟୋନୀ ଅଧ୍ୟକ୍ଷ ପଦ ଭାର ନେବାକୁ ଅକ୍ଷମତା ପ୍ରକାଶ କରିଥିବାବେଳେ ଦଳକୁ ମଜଭୁତ କରିବା ଲାଗି ତାଙ୍କର ଅନ୍ୟ ଭୂମିକା ରହିଛି ବୋଲି ବେଣୁଗୋପାଳ କହିଛନ୍ତି। ବେଣୁଗୋପାଳ କର୍ନାଟକରେ ଦଳର ପ୍ରଭାରୀ ମଧ୍ୟ ଅଛନ୍ତି। ଗାନ୍ଧୀ ପରିବାର ବାହାରେ କୌଣସି ନେତାଙ୍କ ହାତରେ କଂଗ୍ରେସର ଲଗାମ ଧରାଇବାକୁ ଉଦ୍ୟମ ହେଉଥିବାବେଳେ ଏନେଇ ଆଣ୍ଟୋନି ଓ ବେଣୁଗୋପାଳଙ୍କ ମତାମତ ଲୋଡାଯାଇଥିଲା। ଏହାବ୍ୟତୀତ ଅହମଦ ପଟେଲ ଓ ଗୁଲାମ ନବି ଆଜାଦଙ୍କ ଉପରେ ମଧ୍ୟ ଦଳର ନଜର ରହିଛି। ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ନିଜକୁ ଦାୟୀ କରି ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପାଇଁ ମେ ୨୫ରେ କାର୍ଯ୍ୟକାରୀ କମିଟି ବୈଠକରେ ରାହୁଲ ଗାନ୍ଧୀ ପ୍ରସ୍ତାବ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ଭୋଟର ଭେରିଫାଏଡ ପେପର ଅଡିଟ ଟ୍ରେଲ (VVPAT) ସହିତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ରେ ଦିଆଯାଇଥିବା ଭୋଟର ଶତପ୍ରତିଶତ ଯାଞ୍ଚ ଦାବିରେ ସୁପ୍ରିମକୋର୍ଟ...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri